ଯାଜପୁର: ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ

ଯାଜପୁର: ଯାଜପୁର: ଗତକାଲି ରାତି ପ୍ରାୟ ୨ଟା ବେଳେ ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ କଲନ୍ଦା ଗ୍ରାମର ଅରୁଣ ସାହୁଙ୍କ ଘରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଆସବାବପତ୍ର ସହିତ ଦୁଇ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ବିଦ୍ୟୁତ ଲାଇନ୍‌ରୁ ଏହି ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିିଛି। ଚଢ଼େଇଧରାରୁ ଦୁଇଟି ଦମକଳ ଗାଡ଼ି ଆସି ନିଆଁକୁ ଆୟତ କରିଛନ୍ତି।

ସମ୍ବନ୍ଧିତ ଖବର