ରାଜ୍ୟବ୍ୟାପୀ ଶ୍ରମଦାନ, ସଫେଇ ଓ ଜନସଚେତନତା କାର୍ଯ୍ୟକ୍ରମରେ ସାମିଲ ହେଲେ ଲକ୍ଷାଧିକ ଲୋକ

ରାଜ୍ୟବ୍ୟାପୀ ଶ୍ରମଦାନ, ସଫେଇ ଓ ଜନସଚେତନତା କାର୍ଯ୍ୟକ୍ରମରେ ସାମିଲ ହେଲେ ଲକ୍ଷାଧିକ ଲୋକ

Sambad

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ଆରମ୍ଭ ହୋଇଥିବା ସ୍ୱଚ୍ଛ ଭାରତ ଅଭିଯାନକୁ ୯ ବର୍ଷ ପୂରଣ ହେବାକୁ ଯାଉଛି। ଏହି କ୍ରମରେ ଗତ ସେପ୍ଟେମ୍ବର ୧୫ ତାରିଖ ଠାରୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଭାରତ ସରକାରଙ୍କ ଜଳ ଶକ୍ତି ମନ୍ତ୍ରଣାଳୟ ଅଧୀନ ପାନୀୟ ଜଳ ଓ ସ୍ୱଚ୍ଛତା ବିଭାଗ ଏବଂ ଆବାସ ଓ ସହରାଞ୍ଚଳ ମନ୍ତ୍ରଣାଳୟ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଅଭିଯାନ କାର୍ଯ୍ୟକାରୀ କରାଯାଉଛି। ଅଭିଯାନ ଅନ୍ତର୍ଗତ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଚ୍ଛତା କାର୍ଯ୍ୟକ୍ରମ କରାଯାଉଛି। ଏଥିରେ ବହୁସଂଖ୍ୟାରେ ସାଧାରଣ ଲୋକ ସାମିଲ ହେଉଥିବା ଦେଖାଯାଉଛି। ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘରକୁ ଘର ବୁଲି ଅଳିଆ ସଂଗ୍ରହ କରାଯାଇଛି। ଜଳାଶୟ, ନାଳନର୍ଦ୍ଦମା, ଅଧିକ ବର୍ଜ୍ୟବସ୍ତୁ ଏକତ୍ରିତ ହେଉଥିବା ସ୍ଥାନ, ଧାର୍ମିକ ସ୍ଥାନ, ବିଭିନ୍ନ ପ୍ରତିଷ୍ଠାନ, ବଜାର ଘାଟ, ସ୍ୱଚ୍ଛ ଭାରତ ମିଶନରେ ନିର୍ମିତ ପ୍ରକଳ୍ପ, ପୁଷ୍କରିଣୀ ଆଦି ସଫେଇ କରାଯାଇଛି। ବିଭିନ୍ନ ସଂଗଠନ ଓ ସ୍ଥାନୀୟ ଲୋକ ମାନେ ସ୍ୱତଃପ୍ରବୃତ ଭାବେ ଶ୍ରମଦାନ କରି ସଫେଇ କରିଛନ୍ତି। ମୟୂରଭଞ୍ଜ ଜିଲ୍ଲାରେ ସ୍ୱେଚ୍ଛାକୃତ ଶ୍ରମଦାନ ଜରିଆରେ ନର୍ଦ୍ଦମା ସଫେଇ ସେହିପରି ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ସ୍ୱଚ୍ଛତା ହିଁ ସେବା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ପରମଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରକୁ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀମାନେ ସଫା କରିଛନ୍ତି।

publive-image Sambad

ଗଜପତି ଠାରେ ସ୍କୁଲ ପରିସର ସଫେଇ ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ମଧ୍ୟ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର କାଲିମେଳା ଗ୍ରାମରେ ସ୍ଥାନୀୟ ମହିଳାମାନେ ଗାଁ ହାଟକୁ ସଫା କରିବା ଲାଗି ଶ୍ରମଦାନ କରିଛନ୍ତି। ମାଲକାନଗିରି ଜିଲ୍ଲା କାଲିମେଳାରେ ମହିଳା ମାନେ ହାଟ ପରିସର ସଫା କରୁଛନ୍ତି ଏହାଛଡ଼ା ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ସ୍ୱଚ୍ଛତାକୁ ନେଇ ସଚେତନତା ଶୋଭାଯାତ୍ରା ଆୟୋଜିତ ହୋଇ ଯାଇଛି। ବିଭିନ୍ନ ବିଦ୍ୟାଳୟରେ ସ୍ୱଚ୍ଛତା ଶପଥପାଠ, ପ୍ରଶ୍ନୋତ୍ତର ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇ ଯାଇଛି। ଗଜପତି ଓ ବାଲେଶ୍ୱର ଜିଲ୍ଲାରେ ଏଭଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ବାଲେଶ୍ୱରରେ ସ୍ୱଚ୍ଛତାକୁ ନେଇ ଜନ ସଚେତନତା ଶୋଭାଯାତ୍ରା ଜନ ସଚେତନତା - ଗଜପତି ଜିଲ୍ଲାରେ ପ୍ରଶ୍ନୋତ୍ତର ପ୍ରତିଯୋଗିତା ଏବେ ସୁଦ୍ଧା (୨୪ ସେପ୍ଟେମ୍ବର ୨୦୨୩) ୭ ଲକ୍ଷ ୧୭ ହଜାର ୨୮୫ ଜଣ ଲୋକ ଜନ ସଚେତନତା କାର୍ଯ୍ୟକ୍ରମରେ ଭାଗ ନେଇଥିବା ବେଳେ ଗ୍ରାମାଞ୍ଚଳର ୧୧ ଲକ୍ଷ ୫୬ ହଜାର ୧୯୦ ଜଣ ଲୋକ ଏବଂ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ସ୍ୱଚ୍ଛତା ହିଁ ସେବା ଅଭିଯାନ ଅନ୍ତର୍ଗତ ଶ୍ରମଦାନ କରି ବିଭିନ୍ନ ସ୍ଥାନରେ ସଫେଇ କରିଛନ୍ତି। ରାଜ୍ୟର ଗ୍ରାମାଞ୍ଚଳରେ ସ୍ୱଚ୍ଛ ଭାରତ ମିଶନ-ଗ୍ରାମୀଣ ଅଧୀନରେ ନିର୍ମିତ ସମ୍ପତ୍ତିର ରଙ୍ଗ ଓ ସୌନ୍ଦର୍ଯ୍ୟକରଣ କାମରେ ୭୨ ହଜାର ୬୯୩ ଲୋକ ଭାଗ ନେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe