ଢେଙ୍କାନାଳ: ମତଦାନ ପୂର୍ବରୁ ସମିତି ସଭ୍ୟା ପ୍ରାର୍ଥିନୀଙ୍କ ସ୍ୱାମୀ ନିଖୋଜ। ଗତକାଲି ରାତିରୁ ସମିତି ସଭ୍ୟା ପ୍ରାର୍ଥିନୀଙ୍କ ସ୍ୱାମୀ ନିଖୋଜ ଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଢେଙ୍କାନାଳ ଜିଲ୍ଲାରୁ ଏଭଳି ଅଭିଯୋଗ ଆସିଛି। ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ୍ ୨ନମ୍ବର ଜିଲ୍ଲା ପରିଷଦ ଜୋନର ସାଙ୍କୁଲେଇ ପଞ୍ଚାୟତ ସମିତି ସଭ୍ୟା ପ୍ରାର୍ଥୀନୀ ଭାରତୀ ରଥଙ୍କ ସ୍ୱାମୀ ଚିନ୍ମୟ କୁମାର ଦାସ ନିଖୋଜ ଅଛନ୍ତି।
ଆସନ୍ତାକାଲି ସାଙ୍କୁଲେଇ ପଞ୍ଚାୟତରେ ଭୋଟ୍ ଗ୍ରହଣ ହେବାକୁ ଥିବାବେଳେ ଗତକାଲି ରାତିରେ ଚିନ୍ମୟ ଘରକୁ ଫେରୁଥିବାବେଳେ ରାସ୍ତାରେ କିଛି ଲୋକ ତାଙ୍କୁ ଅଟକାଇଥିଲେ। ଏନେଇ ଚିନ୍ମୟ ଫୋନ ଯୋଗେ ଘରକୁ ଜଣାଇଥିଲେ। ଏହାପରେ ତାଙ୍କ ଫୋନ୍ ସ୍ୱିଚ୍ ଅଫ୍ ଆସିଥିଲା। ପରିବାର ଲୋକ ତାଙ୍କ ସହ ଯୋଗାଯୋଗ କରିବା ପାଇଁ ଯେତେ ଚେଷ୍ଟା କରିଥିଲେ ମଧ୍ୟ ଯୋଗାଯୋଗ ହୋଇପାରିନଥିଲା।
ଶେଷରେ ଘଟଣା ସମ୍ପର୍କରେ ଚିନ୍ମୟଙ୍କ ପରିବାର ପକ୍ଷରୁ ସଦର ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଢୋଲପଶି-ସାଙ୍କୁଲେଇ ରାସ୍ତାକଡ଼ରୁ ଚିନ୍ମୟଙ୍କ ସ୍କୁଟିକୁ ପୁଲିସ୍ ଜବତ କରିଛି। ସ୍କୁଟିରେ ରକ୍ତ ଛିଟା ଲାଗିଥିବା ଜଣାପଡ଼ିଛି। ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ପୁଲିସ୍ ତଦନ୍ତ ଆରମ୍ଭ କରିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/02/6732ccdf-de8d-426f-bf49-5174e8d1f767.jpg)