ଚିକିତ୍ସାଧୀନ ଅବସ୍ଥାରେ କଏଦୀଙ୍କ ମୃତ୍ୟୁ

ସମ୍ବଲପୁର: ବୁର୍ଲା ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସମ୍ବଲପୁର ଜେଲ୍‌ର ଜଣେ କଏଦୀଙ୍କ ମୃତ୍ୟୁ ଘଟିଛି। ବୁର୍ଲା ପୁଲିସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ମୃତ କଏଦୀ ଜଣକ ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଥାନା ଲାଜକୁରା ଗ୍ରାମ ହରିଜନ ପଡାର ଲକ୍ଷ୍ମଣ ଗର୍ଡିଆ(୪୮)। ସେ ଏକ ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇ ପ୍ରଥମେ ଝାରସୁଗୁଡା ଉପକାରାଗାରରେ ଥିଲେ। ପରେ ୨୦୧୭ ମସିହା ମାର୍ଚ୍ଚ ମାସ ୨୯ ତାରିଖରୁ ସମ୍ବଲପୁର ମଣ୍ଡଳ କାରାଗାରରେ ବନ୍ଦୀ ଭାବେ ଥିଲେ। ଅସୁସ୍ଥ ଅନୁଭବ କରିବାରୁ ଜେଲ କର୍ତ୍ତୃପକ୍ଷ ତାଙ୍କୁ ଗତ ୬ ତାରିଖରେ ଭିମ୍‌ସାର୍‌ରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। ମ୍ୟାଜିଷ୍ଟ୍ରେଟ୍‍ଙ୍କ ଉପସ୍ଥିତିରେ ଶବ ବ୍ୟବଚ୍ଛେଦ କରାଯିବା ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡ଼ିଛି।

ସମ୍ବନ୍ଧିତ ଖବର