୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ବନ୍ଦ

Advertisment

ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ପୁଲିସ ଉପରକୁ ପଥରମାଡ଼ କରିଛନ୍ତି। ଫଳରେ ୨ ପୁଲିସ ଅଧିକାରୀ ଆହତ ହୋଇଛନ୍ତି। ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ ଉତ୍ତ୍ୟକ୍ତ ଲୋକେ ଲୋକେ ଭାଙ୍ଗି ଦେଇଛନ୍ତି...

Updated On

ଅଦ୍ୟତନ ହୋଇଛି
1anaoap

ଭଦ୍ରକ: ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ପୁଲିସ ଉପରକୁ ପଥରମାଡ଼ କରିଥିଲେ।

ଫଳରେ ୨ ପୁଲିସ ଅଧିକାରୀ ଆହତ ହୋଇଥିଲେ। ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ ଉତ୍ତ୍ୟକ୍ତ ଲୋକେ ଲୋକେ ଭାଙ୍ଗି ଦେଇଥିଲେ । ସ୍ଥିତି ଅଣାୟତ୍ତ ହେବାରୁ ପୁଲିସ ପକ୍ଷରୁ ଲାଠିଚାର୍ଜ କରାଯାଇଥିଲା।

ଏହି ହିଂସାକୁ ନେଇ ସହରରେ ୪୮ ଘଣ୍ଟା ପର୍ଯ୍ୟନ୍ତ ଇଣ୍ଟେନେଟ ସେବାକୁ ବନ୍ଦ କରାଯାଇଛି। ସେପ୍ଟେମ୍ବର ୩୦ ରାତି ୨ଟା ପର୍ଯ୍ୟନ୍ତ କଟକଣା ଲାଗୁ କରାଯାଇଛି। 

ଜିଲ୍ଲା ପ୍ରଶାସନ ପକ୍ଷରୁ ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଏନ୍‌ଏସ୍‌ଏସ୍‌ ୧୬୩ ଧାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ଜାରି କରାଯାଇଛି। ଉତ୍ତେଜନାକୁ ଦୃଷ୍ଟିରେ ରଖି ଧାମନଗର ଏନଏସି ଓ ଆଖପାଖରେ ୧୬୩ ଜାରି କରାଯାଇଛି।

ଧାମନଗର ଏନଏସି ଓ ଦୋବଲରେ ୧୬୩ ସହ ୪ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି । ଏହା ସହିତ ପୁରୁଣାବଜାର ଅଞ୍ଚଳରେ ୧୬୩ ଧାରା ସହ ୧୦ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି । ପଥରମାଡ଼ ଘଟଣାରେ ପୁଲିସ ପକ୍ଷରୁ ୯ ଜଣକୁ ଅଟକ ରଖାଯାଇଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe