ପାରାଦୀପରେ ସେନାର ସମରାଭ୍ୟାସ ଆରମ୍ଭ

Advertisment
ପାରାଦୀପରେ ସେନାର ସମରାଭ୍ୟାସ ଆରମ୍ଭ

ପାରାଦୀପ: ପାରାଦୀପରେ ସେନାର ସମରାଭ୍ୟାସ ଆରମ୍ଭ ହୋଇଛି। ଦୁଇଦିନ ଧରି ଚାଲିବ ଏହି ମିଳିତ ସମରାଭ୍ୟାସ ସାଗର କବଚ –୨। ୨୦୦୮ ନଭେମ୍ବର ମାସରେ ମୁମ୍ବାଇରେ ଆତଙ୍କବାଦୀ ଜଳପଥ ଦେଇ ଆକ୍ରମଣ କରିଥିଲେ। ଏହାପରେ ଜଳପଥରେ ଉପକୂଳର ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବାକୁ ଯାଇ ଏହିଭଳି ସମରାଭ୍ୟାସ ହେଉଛି।

ସମୁଦ୍ରରେ ଶତ୍ରୁକୁ ଚିହ୍ନଟ, ସାମୁଦ୍ରିକ ମତ୍ସ୍ୟଜୀବୀ ସମୁଦାୟକୁ ସୁରକ୍ଷା ଦେବା, ଯୋଗାଯୋଗ ଓ ଉପକୂଳ ସୁରକ୍ଷା ବ୍ୟବସ୍ଥାକୁ ସଠିକ ରଖିବା ଏହି ସମରାଭ୍ୟାସର ଉଦ୍ଦେଶ୍ୟ। ଉପକୂଳ ଓ ଜଳପଥ ସୀମାରେ କଡା ପ୍ରହରା ଦିଆଯାଉଛି। ମେରାଇନ, କୋଷ୍ଟ ଗାର୍ଡ, ନାଭାଲ, ବନ ବିଭାଗ, ମତ୍ସ୍ୟ ବିଭାଗ, ଗୁଇନ୍ଦା ବିଭାଗ ଏହି ସମରାଭ୍ୟାସରେ ସାମିଲ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe