ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଲେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ

ଜଗତସିଂହପୁର : ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆଜି ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସହ ବିଜେଡି ଜିଲ୍ଲା ସଭାପତି ତଥା ବିଧାୟକ ପ୍ରଶାନ୍ତ ମୁଦୁଲି ଓ ଲୋକସଭା ସାଂସଦ ରାଜଶ୍ରୀ ମଲ୍ଲିକ ଉପସ୍ଥିତ ଥିଲେ। ଗୋରଖନାଥଙ୍କ ପୀଠ ଓ ଝଙ୍କଡ଼ ଶାରଳାଙ୍କ ପୀଠରୁ  ସେ ଜଗତସିଂହପୁର ଅତିରିକ୍ତ ଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟକୁ ଆସି ଅଧିକାରୀ ସଚ୍ଚିଦାନନ୍ଦ ସାହୁଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।
ସୂଚନାଯୋଗ୍ୟ, ପୂର୍ବରୁ ବିଜେପି ପ୍ରାର୍ଥୀ ଭାବେ ରାଜକିଶୋର ବେହେରା ଓ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ପ୍ରାର୍ଥୀପତ୍ର ଦାଖଲ କରିଥିଲେ।

ସମ୍ବନ୍ଧିତ ଖବର