ବାଲିକୁଦାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବାଲିକୁଦା ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଜିଲ୍ଲାପାଳ ଜେ. ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

Balikuda

ବାଲିକୁଦା: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବାଲିକୁଦା ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଜିଲ୍ଲାପାଳ ଜେ. ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ଆଜି ମୋଟ ୫୪ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା।

ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୩୯ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ/ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୫ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୪ ଟି, ଆବାସ ସମ୍ପର୍କୀୟ ୧୭ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୬ଟି,ପୋଲିସ ସହାୟତା ପାଇବା ପାଇଁ ୩ ଟି,ପେନସନ ପାଇବା ପାଇଁ ୨ ଟି,ରେଡକ୍ରସ ପାଣ୍ଠି ରୁ ସହାୟତା ପାଇବା ପାଇଁ ୧ ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ପାଇବା ପାଇଁ ୧ ଟି ଓ ଅନ୍ୟାନ୍ୟ ୩ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୨ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। 

ଏହି ମିଳିତ ଜନଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧୀକ୍ଷକ ଅଙ୍କିତ କୁମାର ବର୍ମା, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ଜିଲ୍ଲା ପରିଷଦର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ରବିନାରାୟଣ ଜେଠୀ, ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବାଲିକୁଦା, ସାଗର କୁମାର ନନ୍ଦ, ତହସିଲଦାର, ବାଲିକୁଦା ବିକାଶ ରଞ୍ଜନ, ବ୍ଲକ ଅଧକ୍ଷ ପ୍ରକାଶ  ଚନ୍ଦ୍ର ପ୍ରଧାନ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଅଜିଙ୍କ୍ୟ ମାଣେ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

Jagatsinghpur 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe