ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଆଜି ସହର ବନ୍ଦ ପାଳନ କରାଯାଉଛି। ଜିଲ୍ଲା ସ୍ବାସ୍ଥ୍ୟ ସୁରକ୍ଷା ଅଭିଯାନ ପକ୍ଷରୁ ଦିଆ ଯାଇଥିବା ବନ୍ଦ ଡାକରାକୁ ବିଭିନ୍ନ ସଙ୍ଗଠନ ସମର୍ଥନ ଜଣାଇଛନ୍ତି। ଫଳରେ ଦୋକାନ ବଜାର, ଶିକ୍ଷାନୁଷ୍ଠାନ ଓ ବସ୍ ଚଳାଚଳ ବନ୍ଦ ରହିଛି। ଡାକ ବଙ୍ଗଳା ଛକରେ ରାସ୍ତା ଅବରୋଧ କରା ଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ସ୍ୱତଃପ୍ରବୃତ୍ତ ଭାବେ ଲୋକ ଆନ୍ଦୋଳନକୁ ଓହ୍ଲାଇଛନ୍ତି।
ସକାଳ ୫ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି। ଏହି ସମୟ ମଧ୍ୟରେ ସହର ଭିତରେ ଶୋଭାଯାତ୍ରା ବୁଲିବ ବୋଲି ଜଣାପଡ଼ିଛି। ବନ୍ଦକୁ ବିଭିନ୍ନ ସଂଗଠନ ଓ ଅନୁଷ୍ଠାନ ସମର୍ଥନ ଜଣାଇଛନ୍ତି। ସେହିପରି ସୁରକ୍ଷା ଦୃଷ୍ଟିରୁ ୨ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/12/d7e55140-f3ff-46fa-8bd1-8c5d2fbea103.jpeg)