୨୦ ନମ୍ବର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା: ଚାଳକଙ୍କ ସମେତ ଚାରି ଆହତ

ଯାଜପୁର: ଯାଜପୁର ଜିଲ୍ଲାର ପାଣିକୋଇଲି ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଯାତ୍ରୀବାହୀ ବସ ଛିଡ଼ା ହୋଇଥିବା ଏକ ଟ୍ରକକୁ ପଛରୁ ଧକ୍କା ଦେବାରୁ ଚାଳକଙ୍କ ସମେତ ଚାରି ଜଣ ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ପାଣିକୋଇଲି ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥରେ ଥିବା ତୃପ୍ତି ହୋଟେଲ ନିକଟରେ ଗତକାଲି ବିଳମ୍ବିତ ରାତିରେ ସ୍ବର୍ଣ୍ଣଲକ୍ଷ୍ମୀ ନାମକ ଯାତ୍ରୀବାହୀ ବସ ରାସ୍ତାରେ ଠିଆ ହୋଇଥିବା ଏକ ଟ୍ରକକୁ ପଛରୁ ଧକ୍କା ଦେଇଥିଲା। ଏହାଫଳରେ ଚାଳକଙ୍କ ସମେତ ଚାରିଜଣ ଆହତ ହୋଇଥିଲେ। ପାଣିକୋଇଲି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିବା ସହ ଦୁଇ ଗାଡ଼ିକୁ ଜବତ କରି ତଦନ୍ତ ଚଳାଇଛି।

ସମ୍ବନ୍ଧିତ ଖବର