ଯାଜପୁର: ଆଜି ପବିତ୍ର ବାରୁଣୀ। ଯାଜପୁର ଦଶାଶ୍ୱମେଧ ଘାଟ ପୁଣ୍ୟତୋୟା ବୈତରଣୀ ନଦୀରେ ଆଜି ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁ ବାରୁଣୀ ସ୍ନାନ କରିଛନ୍ତି। ଏଥିସହିତ ବୈତରଣୀ ନଦୀକୂଳରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିଛନ୍ତି ଶ୍ରଦ୍ଧାଳୁ। ଏହି ଇତିହାସ ବର୍ଣ୍ଣିତ ଓ ପୁରାଣ ପ୍ରସିଦ୍ଧ ବାରୁଣୀ ସ୍ନାନ ପାଇଁ ଜିଲ୍ଲା ଓ ଜିଲ୍ଲା ବାହାରୁ ବହୁ ଶ୍ରଦ୍ଧାଳୁ ଯୋଗ ଦେଇଛନ୍ତି।
/sambad/media/post_attachments/wp-content/uploads/2023/03/7b88d3ba-8974-4b8f-a82d-35b759760235-1024x768.jpg)
ବିଶ୍ୱାସ ରହିଛି ବୈତରଣୀ ଗଙ୍ଗା ନଦୀର ଅନ୍ୟ ଏକ ରୂପ। ତେଣୁ ଆଜିର ଦିନରେ ଏଠାରେ ସ୍ନାନ କଲେ କୋଟି ଜନ୍ମର ପାପ କ୍ଷୟ ହୋଇଥାଏ ବୋଲି କୁହାଯାଏ। ଏହି ଅବସରରେ ଅନୁଷ୍ଠିତ ମେଳା ଆସନ୍ତା ୭ ଦିନ ଧରି ଚାଲିବ। ଏଥିପାଇଁ ଯାଜପୁର ପୌର ପ୍ରଶାସନ ପକ୍ଷରୁ ବିଭିନ୍ନ ବନ୍ଦୋବସ୍ତ କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/03/0965f758-1110-44b1-8a63-5201a4495c7a.jpg)