ଗ୍ୟାସ୍ ବୋଝେଇ ଟ୍ୟାଙ୍କର ଦୁର୍ଘଟଣା ପରେ ଗ୍ୟାସ୍ ଲିକ୍: ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ

ଗ୍ୟାସ୍ ବୋଝେଇ ଟ୍ୟାଙ୍କର ଦୁର୍ଘଟଣା ପରେ ଗ୍ୟାସ୍ ଲିକ୍: ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ

ଯାଜପୁର:  କଡ଼େଇ ଛକ ନିକଟରେ ଗ୍ୟାସ ବୋଝେଇ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାଜପୁର ଜିଲ୍ଲାର ୧୬ ନମ୍ବର ଜାତୀୟ ରାଜପଥର କଡେଇ ଛକ ନିକଟରେ ଭାରତ ପେଟ୍ରୋଲିୟମ ଗ୍ୟାସ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଛି। ଚଣ୍ଡିଖୋଲ ଅଭିମୁଖେ ଯାଉଥିବା ବେଳେ ବାଇକ ସହ ଧକ୍କା ହୋଇଛି। ବାଇକଟି ଗାଡ଼ି ତଳେ ପଶିଯିବା ଫଳରେ ଗ୍ୟାସ ଗାଡ଼ିର ଟାୟାର ଫାଟି ଯାଇଥିଲା। ଏହାପରେ ବାଇକରେ ଥିବା ଦୁଇ ଜଣଙ୍କୁ ଗୁରୁତର ଅବସ୍ଥା ରେ ବଡ଼ଚଣା ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ଦୁର୍ଘଟଣା ପରେ ଗ୍ୟାସ ଗାଡ଼ିରୁ ଗ୍ୟାସ ଲିକ ହେବାରେ ଲାଗିଥିଲା । ଘଟଣାସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ପହଞ୍ଚି ଗ୍ୟାସକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇଛି।ଏବେ ଜାତୀୟ ରାଜପଥରେ ଗୋଟିଏ ଲେନରେ ଗାଡ଼ି ଯିବା ଆସିବା କରୁଛି। ଜାତୀୟ ରାଜପଥର ଗୋଟିଏ ପାଖରେ ଗାଡ଼ି ଚଳାଚଳ ବନ୍ଦ ରହିଛି । ଘଟଣାସ୍ଥଳରେ ବଡ଼ଚଣା ପୁଲିସ ଉପସ୍ଥିତ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe