୩ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୯୩ତମ ଜୟନ୍ତୀ

ଖୋର୍ଦ୍ଧା : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଆସାମ ରାଜ୍ୟପାଳ ଜାନକୀ ବଲ୍ଲଭ ପଟନାୟକଙ୍କ ଜୟନ୍ତୀ ସ୍ଥାନୀୟ ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି ଉଦ୍ୟାନରେ ପାଳିତ ହେବ ।

ଏନେଇ ସୂଚନା ଦେଇ ସ୍ମୃତି କମିଟି ଟ୍ରଷ୍ଟର ସମ୍ପାଦକ ସଂଜୟ କୁମାର ପଟ୍ଟନାୟକ କହିଛନ୍ତି ଯେ ୩ ତାରିଖ ସକାଳ ସାଢ଼େ ୮ଟାରେ ପାର୍କରେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯିବ । ଏହା ପରେ ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହେବ । ଏଥିରେ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ସମ୍ବନ୍ଧିତ ଖବର