ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୬ଷ୍ଠ ପୁଣ୍ୟତିଥି ପାଳିତ

ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୬ଷ୍ଠ ପୁଣ୍ୟତିଥି ପାଳିତ

ଖୋର୍ଦ୍ଧା: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଆସାମର ପୂର୍ବତନ ରାଜ୍ୟପାଳ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୬ଷ୍ଠ ପୂଣ୍ୟତିଥି ଆଜି ସ୍ଥାନୀୟ ଜାନକୀ ବଲ୍ଲଭ ସ୍ମୃତି ଉଦ୍ୟାନରେ ପାଳିତ ହୋଇଯାଇଛି ।

ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି ଟ୍ରଷ୍ଟ ପକ୍ଷରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଟ୍ରଷ୍ଟର ସମ୍ପାଦକ ସଂଜୟ କୁମାର ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜଟଣୀ ବିଧାୟକ ତଥା ଜିଲ୍ଲା କଂଗ୍ରେସ ସଭାପତି ସୁରେଶ କୁମାର ରାଉତରାୟ, ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର, ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ମେଜର କ୍ଷୀରୋଧ ପ୍ରସାଦ ମହାନ୍ତି ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ଅତିଥିମାନେ ସ୍ମୃତି ଉଦ୍ୟାନ ମଧ୍ୟରେ ଥିବା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ମାଲ୍ୟାର୍ପଣ କରିଥିଲେ । ସ୍ୱର୍ଗତ ପଟ୍ଟନାୟକଙ୍କ କର୍ମମୟ ଜୀବନ ଓ ରଚନା କୃତିର ସ୍ମୃତି ଚାରଣ କରିଥିଲେ । ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର, ରାଜ୍ୟରେ ଶିଳ୍ପର ବିକାଶ ପାଇଁ ହଜାର ଦିନରେ ହଜାର ଶିଳ୍ପ, ସଂସ୍କୃତ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଆଦି କୃତି ସମ୍ପର୍କରେ ଅତିଥିମାନେ ସୂଚନା ଦେଇଥିଲେ ।

ଅନ୍ୟମାନଙ୍କ ମଧ୍ୟରେ କୋଷାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ସାମନ୍ତରାୟ, ବରିଷ୍ଠ ନାଗରିକ ଗୁରୁଚରଣ ପଟ୍ଟନାୟକ, ଆଇନଜୀବୀ ଶିଶିର କୁମାର ପରିଡ଼ା, ଆଇନଜୀବୀ ବିଚିତ୍ର ବଡ଼ଜେନା, ମହମ୍ମଦ କେଫାତୁଲ୍ଲା, ବିଜୟ ମହାପାତ୍ର, ପ୍ଲାବନ ପଟ୍ଟନାୟକ, କୁନି ଦଳବେହେରା, ଅମିତ ମହାନ୍ତି, ଶିଳାଦିତ୍ୟ ପଟ୍ଟନାୟକ, ବିଜୟ କୁମାର ସେଠୀ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଂଜଳି ଜ୍ଞାପନ କରିଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe