ଆଜି ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରଚାର କରିବେ ଧର୍ମେନ୍ଦ୍ର

ଆଜି ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରଚାର କରିବେ ଧର୍ମେନ୍ଦ୍ର

ବ୍ରଜରାଜନଗର: ଆଜି ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ମାରାଥନ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଦଳୀୟ ପ୍ରାର୍ଥିନୀ ଶ୍ରୀମତୀ ରାଧାରାଣୀ ପଣ୍ଡାଙ୍କ ପାଇଁ ବ୍ରଜରାଜନଗର ନିର୍ବାଚନ ମଣ୍ଡଳିରେ ସେ ପ୍ରଚାର କରିବେ। ରାମ୍ପେଲା, ବାଗମୁଣ୍ଡା, ପଞ୍ଚ ଗାଁ, କନକ ତୋରା, ବେଲପାହାଡ଼, ବ୍ରଜରାଜନଗର ସମେତ ବିଭିନ୍ନ ସ୍ଥାନରେ ରାଜନୈତିକ କାର୍ଯ୍ୟକ୍ରମରେ ଯୋଗଦେବେ ଧର୍ମେନ୍ଦ୍ର। କନକ ତୋରାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବା ସହ ଦଳୀୟ ପ୍ରାର୍ଥିନୀଙ୍କ ସହ ନିର୍ବାଚନୀ ରୋଡ ସୋ’ ଓ ଶୋଭାଯାତ୍ରାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଗତକାଲି ଭୁବନେଶ୍ୱରରୁ ପୁରୀ ହଟିଆ ତପସ୍ୱିନି ଏକ୍ସପ୍ରେସରେ ସମ୍ବଲପୁର ପର୍ଯ୍ୟନ୍ତ ଯାତ୍ରା କରିଥିଲେ ଧର୍ମେନ୍ଦ୍ର। ଆଜି ସକାଳୁ ସମ୍ବଲପୁର ଷ୍ଟେସନରେ ପହଞ୍ଚିବା ପରେ ତାଙ୍କୁ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ତରଫରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହା ପରେ ନିର୍ବାଚନୀ ପ୍ରଚାର ପାଇଁ ଝାରସୁଗୁଡ଼ା ଅଭିମୁଖେ ଯାତ୍ରା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe