ଝାରସୁଗୁଡ଼ାରେ କଂଗ୍ରେସର ୫ଜଣିଆ ବିଧାୟକ ପ୍ରାର୍ଥୀ ଚୟନ କମିଟି

Advertisment
ଝାରସୁଗୁଡ଼ାରେ କଂଗ୍ରେସର ୫ଜଣିଆ ବିଧାୟକ ପ୍ରାର୍ଥୀ ଚୟନ କମିଟି

ଝାରସୁଗୁଡ଼ା: ଆଜି କଂଗ୍ରେସର ୫ଜଣିଆ ବିଧାୟକ ପ୍ରାର୍ଥୀ ଚୟନ କମିଟି ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଦଳର ବରିଷ୍ଠ ବିଧାୟକ ସନ୍ତୋଷ ସିଂ ସାଲୁଜା ଏହି କମିଟିର ଅଧ୍ୟକ୍ଷ ରହିଥିବା  ବେଳେ ବିଧାୟକ ଅଧିରାଜ ପାଣିଗ୍ରାହୀ ସଦସ୍ୟ ରହିଛିନ୍ତି। ଏହି ଟିମ ଆଜି ଝାରସୁଗୁଡ଼ା ଜିଲ୍ଲା କାର୍ଯ୍ୟାଳୟରେ ପହଞ୍ଚିବା ପରେ କିରମିରା, ଲାଇକେରା ଓ କୋଲାବିରା ବ୍ଲକ ଅଞ୍ଚଳକୁ ଯାଇ କଂଗ୍ରେସ କର୍ମୀ ଓ ପଦାଧିକାରୀଙ୍କୁ ଭେଟି ମତାମତ ଲୋଡ଼ିବେ।

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ୬ ଜଣ ପ୍ରାର୍ଥୀ ତାଲିକାରେ ରହିଥିବାବେଳେ ଯାହାଙ୍କ ଜିତିବାର ଅଧିକ ସମ୍ଭାବନା ରହିଛି ତାକୁ କଂଗ୍ରେସ ପ୍ରାର୍ଥୀ କରିବ। ଆଜିର ରିପୋର୍ଟ ନେଇ ପିସିସି କମିଟି ଅବଗତ କରାଯିବା ପରେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ ବୋଲି ଚୟନ କମିଟିର ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe