ବ୍ରଜରାଜନଗରରେ ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ବ୍ରଜରାଜନଗରରେ ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରଜରାଜନଗରଠାରେ ବିଧାନସଭାର ପୂର୍ବତନ ବାଚସ୍ପତି ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କିଶୋର ବାବୁଙ୍କ ସରଳତା ତାଙ୍କର ବଡ଼ ପରିଚୟ ଥିଲା। ଦଳମତ ନିର୍ବିଶେଷରେ ସେ ସମସ୍ତଙ୍କର ପ୍ରିୟପାତ୍ର ହୋଇପାରିଥିଲେ। ତୃଣମୂଳ ସ୍ତରରୁ ରାଜନୀତି ଆରମ୍ଭ କରି ସେ ସରକାରୀ ମୁଖ୍ୟ ସଚେତକ, ସାଂସଦ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଏବଂ ରାଜ୍ୟ ବିଧାନସଭାର ବାଚସ୍ପତି ମଧ୍ୟ ହୋଇଥିଲେ। ବିଜୁ ଜନତା ଦଳର ସେ ଜଣେ ଦକ୍ଷ ସଂଗଠକ ଓ ନେତା ଥିଲେ। ଦଳକୁ ମଜଭୁତ କରିବାରେ ତାଙ୍କର ବହୁତ ଅବଦାନ ଥିଲା।

publive-image
ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଯୋଗ ଦେଇ କହିଲେ ଯେ ସ୍ବର୍ଗତ କିଶୋର ବାବୁଙ୍କ ସହିତ ତାଙ୍କର ଘନିଷ୍ଠ ସଂପର୍କ ଥିଲା। ସେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ। ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବରେ ସେ ଅନେକ ଉନ୍ନୟନମୂଳକ କାମ କରିଯାଇଛନ୍ତି।

ବିଧାୟକ ତଥା ସ୍ବର୍ଗତ ମହାନ୍ତିଙ୍କ ପତ୍ନୀ ଶ୍ରୀମତୀ ଅଳକା ମହାନ୍ତି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ପ୍ରକାଶ କରି କହିଲେ ଯେ ସ୍ବର୍ଗତ କିଶୋର ମହାନ୍ତି ବ୍ରଜରାଜନଗର ତଥା ସମଗ୍ର ପଶ୍ଚିମ ଓଡ଼ିଶାର ଲୋକଙ୍କ ହୃଦୟରେ ସବୁ ଦିନ ପାଇଁ ଅମର ହୋଇ ରହିବେ। ଏହି କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe