ବିନିକା: ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ୍ ସଭାଗୃହରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଏସପି ଅମରେଶ ପଣ୍ଡା ଶିବିରରେ ଯୋଗଦେଇ ୩୬ଟି ବ୍ୟକ୍ତିଗତ ଓ ୬ଟି ସାମୂହିକ ଏହିପରି ୪୨ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ସେଥିରୁ ୧୬ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା। ଅନ୍ୟ ଦରଖାସ୍ତଗୁଡ଼ିକୁ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ନିକଟକୁ ସମାଧାନ ନିମନ୍ତେ ପଠାଯାଇଛି।

Advertisment

ବିନିକା ବିଡିଓ ବ୍ୟାସଦେବ ବେହେରାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ନିହାର ରଞ୍ଜନ କହଁର, ବ୍ଲକ ଉପାଧ୍ୟକ୍ଷ ନିର୍ମଳ ଷାଣ୍ଢ, ପିଡବ୍ଲୁଡି ଅଧିକ୍ଷଣ ଯନ୍ତ୍ରୀ ଦାମୋଦର କୈବର୍ତ୍ତ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ମୁଖ୍ୟ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡା. ବିଶ୍ୱରଞ୍ଜନ ପତି, ଜିଲ୍ଲା ଶିକ୍ଷାଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସାମାଜିକ ସୁରକ୍ଷାଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଉପ ଶ୍ରମ ନିର୍ଦ୍ଦେଶକ ଡିଲେଶ୍ୱର ଖାକା, ଟିପିଡବ୍ଲୁଓଡିଏଲ ନିର୍ବାହୀ ଯନ୍ତ୍ରୀ ଅଶୋକ ମିଶ୍ର, ଅତିରିକ୍ତ ତହସିଲଦାର ଚାନ୍ଦିନୀ ମେହେର, ବିନିକା ଏବିଡିଓ ପ୍ରଜ୍ଞା ପାଣିଗ୍ରାହୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ବିନୀ ଭୋଇ, ବିନିକା ଆଇଆଇସି ସାରଙ୍ଗଧର ପାଣିଗ୍ରାହୀ, ବିନିକା ବନବିଭାଗ ରେଞ୍ଜ ଅଫିସର ଡମ୍ବରୁଧର ପଧାନ, ବିପିଏମ ରଞ୍ଜନ ସ୍ବାଇଁ, ଭାରପ୍ରାପ୍ତ ଏସସିଓ କ୍ଷୀରୋଦ ଭୂଷଣ ରାୟ,ଏସିପି ସୁଧାଂଶୁ ଶେଖର ଚାନ୍ଦ, ଏପିଓ ଯୋଗେଶ ମହାପାତ୍ରଙ୍କ ସମେତ ଅନ୍ୟ ଜିଲ୍ଳାସ୍ତରୀୟ ଅଧିକାରୀ, ବ୍ଲକସ୍ତରୀୟ କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ।