ଭବାନୀପାଟଣା,: କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ପିଇଓ ଅଶୋକ ସାହାଙ୍କୁ ଅର୍ଥ ହେରଫେର ମାମଲାରେ ମଙ୍ଗଳବାର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ୩ବର୍ଷ ସଶ୍ରମ କାରାଦଣ୍ଡ ଓ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। କଳାହାଣ୍ଡି ଜିଲ୍ଲାର କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ପିଇଓ ଶ୍ରୀ ସାହା ଗତ ୨୦୦୯ ମସିହାରେ ପଞ୍ଚାୟତର ୧ଲକ୍ଷ ୪୦ ହଜାର ୭୨୯ ଟଙ୍କା ହେରଫେର କରିଥିବା ଅଭିଯୋଗ ହୋଇଥିଲା। ଏନେଇ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ ହୋଇଥିଲା। ଆଜି ଭବାନୀପାଟଣା ସ୍ୱତନ୍ତ୍ର ଭିଜିଲାନ୍ସ ଜଜ୍ ଚିତ୍ତରଂଜନ ଦାସ ଏହି ମାମଲାର ଶୁଣାଣି କରି ସଂପୃକ୍ତ ପିଇଓଙ୍କୁ ୩ବର୍ଷ ସଶ୍ରମ କାରାଦଣ୍ଡ ଓ ୧୦ ହଜାର ଟଙ୍କା ଜରିମାନା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସ୍ୱତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଆଶୁତୋଷ ମିଶ୍ର ମାମଲା ପରିଚାଳନା କରିଥିଲେ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us