ଫୁଲବାଣୀ: ଶନିବାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସ କୋର୍ଟ ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଅଭିଯୁକ୍ତକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୫୫ ହଜାର ଟଙ୍କା ଜୋରିମାନା ଶୁଣାଣି କରିଛନ୍ତି। ଜୋରିମାନା ଅନଦେୟ ରହିଲେ ଅଧିକ ୭ ମାସ ଜେଲ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ନିଜ ରାୟରେ ଉଲ୍ଲେଖ କରିଛନ୍ତି। ଘଟଣାରୁ ପ୍ରକାଶ, ୨୦୧୮ ମସିହାରେ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀରେ ପଢ଼ୁଥିବା ନାବାଳିକା ଖରା ଛୁଟିରେ ନିଜ ମାଉସୀ ଘରକୁ ବୁଲି ଯାଇଥିଲା। ଘରେ କେହି ନ ଥିଲା ବେଳେ ଅଭିଯୁକ୍ତ ଭାଗୀରଥି ମାଲିକ ସେହି ନାବାଳିକାକୁ ଦୁଷ୍କର୍ମ କରିଥିଲା। ଆଜି ଏହି ମାମଲାର ବିଚାର କରି ଫୁଲବାଣୀ ଫାଷ୍ଟ ଟ୍ରାକ ପୋକସୋ କୋର୍ଟର ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଉପରୋକ୍ତ ଦଣ୍ଡାଦେଶ ଶୁଣାଣି କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପିପି ବନମାଳୀ ବେହେରା ମାମଲା ପରିଚାଳନା କରିଥିଲେ।
ଫୁଲବାଣୀ: ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୧୦ ବର୍ଷ ଜେଲ, ୫୫ ହଜାର ଟଙ୍କା ଜୋରିମାନା
/sambad/media/post_attachments/wp-content/uploads/2022/04/Ten-Years-Jailed-For-Rape-Case_Thumbnail.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)