Advertisment

Baldevjew: ବଳଦେବ ଜୀଉଙ୍କ ରଥ ନିର୍ମାଣ ଲାଗି କୋଟିଏ ଟଙ୍କାର ସ୍ୱତନ୍ତ୍ର ଅନୁଦାନ

Advertisment

କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରସିଦ୍ଧ ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କୋଟି ଟଙ୍କାର ସ୍ୱତନ୍ତ୍ର ଅନୁଦାନ ମଞ୍ଜୁର ହୋଇଛି। ଏଥିନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି...

କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରସିଦ୍ଧ ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କୋଟି ଟଙ୍କାର ସ୍ୱତନ୍ତ୍ର ଅନୁଦାନ ମଞ୍ଜୁର ହୋଇଛି। ଏଥିନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି...

Kpd

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରସିଦ୍ଧ ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କୋଟି ଟଙ୍କାର ସ୍ୱତନ୍ତ୍ର ଅନୁଦାନ ମଞ୍ଜୁର ହୋଇଛି। ଏଥିନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ବିଗତ କିଛିଦିନ ଧରି ରଥର ୧୪ଟି ଚକର ଅବସ୍ଥା ଠିକ୍‌ ନଥିବାରୁ ରଥ ଚାଳନାରେ ବିଭିନ୍ନ ପ୍ରକାରର ବିଘ୍ନ ସୃଷ୍ଟି ହେଉଥିଲା। ଫଳସ୍ୱରୂପ ରଥ ମାଉସୀ ମା’ଙ୍କ ମନ୍ଦିରରେ ନିର୍ଦ୍ଧାରିତ ସମୟରେ ପହଞ୍ଚି ପାରୁ ନଥିଲା ଏବଂ ପାଖାପାଖି ଦୁଇଦିନ ବଳମ୍ବ ହେଉଥିଲା। ବାହୁଡ଼ା ଯାତ୍ରା ସମୟରେ ମଧ୍ୟ ସମାନ ସ୍ଥିତି ଦେଖା ଯାଉଥିଲା। 

ଏହାକୁ ଦୃଷ୍ଟିରେ ରଖି ପ୍ରଭୁ ବଳଦେବ ଜୀଉଙ୍କ ନୂତନ ରଥ ନିର୍ମାଣରେ ଯେପରି କୌଣସି ଅସୁବିଧା ସୃଷ୍ଟି ନ ହୁଏ, ସେଥିପାଇଁ ରାଜ୍ୟ ସରକାର ଏକ କୋଟି ଟଙ୍କାର ଅନୁଦାନ ରାଶି ମଞ୍ଜୁର କରିଛନ୍ତି। ଏଥିନେଇ ବିଧି ବିଭାଗ ପକ୍ଷରୁ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ବଳଦେବ ଜୀଉ ମନ୍ଦିରର ସମସ୍ତ ରୀତିନୀତି ଓ ପରମ୍ପରାର ସୁରକ୍ଷା ନେଇ ରାଜ୍ୟ ସରକାର ପ୍ରତିବଦ୍ଧ ରହିଛନ୍ତି। ଏହି ଅନୁଦାନ ବଳଦେବ ଜୀଉଙ୍କ ପୀଠକୁ ଆସୁଥିବା ସମସ୍ତ ଭକ୍ତ ଓ ଶ୍ରଦ୍ଧାଳୁ ତଥା ରାଜ୍ୟବାସୀଙ୍କ ପାଇଁ ଏକ ଆନନ୍ଦର ବିଷୟ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ମତବ୍ୟକ୍ତ କରିଛନ୍ତି।

ଆହୁରି ପଢ଼ନ୍ତୁ: Cyclone Horacio: ବିଶ୍ବର ପ୍ରଥମ କ୍ୟାଟେଗରୀ ୫ ବାତ୍ୟା ‘ହୋରାସିଓ’ ଭାରତ ମହାସାଗରରେ ଦୁର୍ବଳ

ସୂଚନାଯୋଗ୍ୟ, ବଳଦେବଜୀଉ ମନ୍ଦିର କେନ୍ଦ୍ରାପଡ଼ା ସହରର ୨ କି.ମି. ଦକ୍ଷିଣ ପଶ୍ଚିମ ଦିଗରେ ଇଚ୍ଛାପୁର ଗାଁର କେନ୍ଦ୍ରରେ ଅବସ୍ଥିତ। ଓଡ଼ିଶାର ଐତିହାସିକ କିର୍ତ୍ତୀରାଜିମାନଙ୍କ ଭିତରେ ଏହି ମନ୍ଦିର ହେଉଛି ଅନ୍ୟତମ। ଅଷ୍ଟାଦଶ ଶତାବ୍ଦୀରେ ମରାଠା ଶାସନ କାଳରେ ଏହି ମନ୍ଦିର ନିର୍ମାଣ ହୋଇଥିବା କିମ୍ବଦନ୍ତୀ କହିଥାଏ। ନାଗପୁରର ରଘୁଜୀ ଭୋସଲେ ନାମକ ମରାଠା ଶାସକ ଏହାକୁ ଗଢ଼ିଥିଲେ ବୋଲି କୁହାଯାଏ। ଦୁଇଏକର ୬ ଡ଼େସିମିଲ ପରିମିତ ସ୍ଥାନରେ ଅବସ୍ଥିତ ଏଇ ମନ୍ଦିର ଦୁଇ ଭାଗରେ ବିଭକ୍ତ। ଗୋଟିଏ ପାଖରେ ବିଭିନ୍ନ ମନ୍ଦିର ରହିଛି ଓ ଅନ୍ୟ ପାଖଟି ଉଦ୍ୟାନ ରହିଛି। ଏହି ମନ୍ଦିରର ପାଚେରୀ ୧୪ ଫୁଟ ଉଚ୍ଚ। ମନ୍ଦିରର ଅରୁଣସ୍ତମ୍ଭଟି ୪୦ ଫୁଟ ଉଚ୍ଚତା ବିଶୀଷ୍ଟ। ମୁଖ୍ୟ ମନ୍ଦିର (ଶ୍ରୀ ମନ୍ଦିର)ର ଉଚ୍ଚତା ୭୫ ଫୁଟ ଓ ଓସାର ୪୦ ଫୁଟ। ପୁରାତନ ସପ୍ତପାବଚ୍ଛ ନିର୍ମାଣଶୈଳୀର ଆଧାରରେ ଏହା ବଉଳମାଳିଆ ପଥର ବ୍ୟବହାର କରି ତିଆରି କରାଯାଇଛି। ମନ୍ଦିରର ଚୂଡ଼ାରେ ରାମାନନ୍ଦୀ ଚିତା, ବ୍ରହ୍ମ ନୀଳଚକ୍ର ରହିଛି ଓ ଏହାର ଶୀର୍ଷରେ ନୀଳଚକ୍ର ବାନା ଉଡୁଛି। ମନ୍ଦିରର ଗର୍ଭଗୃହରେ ଥିବା ରତ୍ନ ସିଂହାସନରେ ତିନି ମୂର୍ତ୍ତୀ (ଶ୍ରୀ ବଳଦେବ ଜୀଉ, ଶ୍ରୀ ଜଗନ୍ନାଥ ଏବଂ ଦେବୀ ସୁଭଦ୍ରା) ବିଜେ କରିଛନ୍ତି। ମନ୍ଦିର ଭିତରେ ଥିବା ଅନ୍ୟ ମୂର୍ତ୍ତୀମାନେ ହେଲେ, ଶ୍ରୀ ଗୋବିନ୍ଦ ଜୀଉ, ମହାଲକ୍ଷ୍ମୀ, ଶ୍ରୀ ସୁଦର୍ଶନ, ଶ୍ରୀ ବାଳଗୋପାଳ ଓ ଶାଳଗ୍ରାମ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe