ତେଲକୋଇ: କେନ୍ଦୁଝର ବନଖଣ୍ଡ ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଆକୁଳ ନୀଳାପଶି ସାହିରେ ଏକ ଛୁଆ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି। ହାତୀର ବୟସ ପାଖାପାଖି ୪ ବର୍ଷ ହେବ ବୋଲି ଅନୁମାନ କରାଯାଉଛି।
ସ୍ଥାନୀୟ ଲୋକେ ଆଜି ସକାଳେ ଶୌଚ ନିମନ୍ତେ ଯିବା ସମୟରେ ହାତୀ ମରିଥିବା ସୂଚନା ପାଇ ବନ ବିଭାଗକୁ ଖବର ଦେଇଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।ଘଟଣା ସ୍ଥଳରେ ବନ ବିଭାଗ କର୍ମଚାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/09/elephant-1.jpg)