କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଚମ୍ପୁଆ ବସଷ୍ଟାଣ୍ଡରୁ ଏକ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏକ ପ୍ଲାଷ୍ଟିକ୍ ବ୍ୟାଗ୍ ଭିତରୁ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଗତକାଲି ରାତି ପାଖାପାଖି ୯ଟା ସମୟରେ ବସଷ୍ଟାଣ୍ଡରେ ଏକ ବସର ହେଲ୍ପର ବସ୍ ତଳେ ଶିଶୁ ଥିବା ଦେଖିବାକୁ ପାଇଥିଲେ। ଏନେଇ ସେ ସ୍ଥାନୀୟ ଲୋକଙ୍କୁ ଖବର ଦେବା ପରେ ପୁଲିସକୁ ମଧ୍ୟ ସୂଚନା ଦିଆଯାଇଥିଲା।
ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶିଶୁକନ୍ୟାକୁ ଉଦ୍ଧାର କରିବା ସହ ଚମ୍ପୁଆ ଉପଖଣ୍ଡ ଡାକ୍ତରଖାନାକୁ ନେଇଥିଲେ। ଶିଶୁଟିକୁ ଏକ ପ୍ଲାଷ୍ଟିକ୍ ବ୍ୟାଗରେ ରଖି ମା’ କିମ୍ବା ବାପା ଫେରାର ହୋଇଯାଇଥିବା ଅନୁମାନ କରାଯାଉଛି। ଅନ୍ୟପଟେ ଶିଶୁକନ୍ୟାର ପରିବାର ଲୋକଙ୍କୁ ଖୋଜିବା ଆରମ୍ଭ କରିଛି ପୁଲିସ।

Advertisment