ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଢେଙ୍କିକୋଟ: କେନ୍ଦୁଝର ଜିଲ୍ଲା ଘଟଗାଁ ବନାଞ୍ଚଳ ଅନ୍ତର୍ଗତ ମୁର୍ଗାପାହାଡ଼ି ଗ୍ରାମରେ ଜଣେ ବୃଦ୍ଧଙ୍କୁ ହାତୀ ଶୁଣ୍ଢରେ ଟେକି କଚାଡ଼ି ଦେଇଥିବାର ଖବର ମିଳିଛି।‌ ଗୁରୁତର ବୃଦ୍ଧ ହେଉଛନ୍ତି ଗ୍ରାମର ସାଲୁକା ମୁଣ୍ଡା। ସେ ନିଜ ଘର ପାଖରେ ଥିବା ସମୟରେ ଗତକାଲି ରାତି ୯ଟା ସମୟରେ ହାତୀ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଶୁଣ୍ଢରେ ଟେକି କଚାଡ଼ି ଦେଇଥିଲା।

ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ବୃଦ୍ଧଙ୍କୁ ଉଦ୍ଧାର କରି ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ରହିଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ତାଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe