ଯୋଡ଼ା:  ବାମେବାରି ଥାନା ଅନ୍ତର୍ଗତ ଜରିବାର ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ନାମ ମେଣ୍ଡି ଚାମ୍ପିଆ(୪୫) ବୋଲି ଜଣାପଡ଼ିଛି। ଖବର ପାଇ ପୁଲିସ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘର ଭିତରୁ ପୁଲିସ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହକୁ ଉଦ୍ଧାର କରି ଆଜି ବ୍ୟବଚ୍ଛେଦ ପାଇଁ ବଡ଼ବିଲ ଡାକ୍ତରଖାନାକୁ ପଠ।ଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।