ଭୁବନେଶ୍ୱର: ରାଜଧାନୀରେ କମୁଛି କରୋନା ସଂକ୍ରମଣ । ଆଜି ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୫୬୮ କରୋନା ଆକ୍ରାନ୍ତ । କ୍ୱାରାଣ୍ଟାଇନ ସେଣ୍ଟରୁ ୧୦୦ ଜଣ ଚିହ୍ନଟ ହୋଇଥିବା ବେଳେ ୪୪୭ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ୧୧୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ଭୁବନେଶ୍ୱରରେ ୮୨୬୮୫ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ୭୬୨୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆହୁରି ୬,୦୫୭ କରୋନା ପଜିଟିଭ ଭୁବନେଶ୍ୱରରେ ସକ୍ରିୟ ରହିଛନ୍ତି ।
ରାଜଧାନୀରେ କମୁଛି ସଂକ୍ରମଣ, ବଢୁଛି ସୁସ୍ଥ ହାର
/sambad/media/post_attachments/wp-content/uploads/2021/06/9eb82bc1-3aaf-4644-95fc-08c4f090f902.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)