ଶିଶୁ ମହୋତ୍ସବ ‘ସୁରଭି’ ଉଦ୍‌ଯାପିତ

ଟାଙ୍ଗୀ (ଖୋର୍ଧା): ରାଜଜଙ୍କିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୧୧ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଶିଶୁ ଉତ୍ସବ ‘ସୁରଭି-୨୦୧୭’ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଭାଗ ନେଇଥିବା ପ୍ରତିଯୋଗୀମାନଙ୍କ ମଧ୍ୟରେ ବକ୍ତୃତା, ସାଧାରଣ ଜ୍ଞାନ, ଚିତ୍ରାଙ୍କନ, ପ୍ରବନ୍ଧ ଲିଖନ ଆଦି ପ୍ରତିଯୋଗତା ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜଜଙ୍କିଆ ସରପଞ୍ଚ ରତ୍ନମଞ୍ଜରୀ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ। ବିଦ୍ୟାଳୟ ପ୍ରଧାନଶିକ୍ଷକ ଦୁଃଖୀଶ୍ୟାମ ପ୍ରଧାନ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନବକିଶୋର ରଣା ଓ ବିଦ୍ୟାଳୟର ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ନୀଳମଣି ବେହେରା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ସମ୍ବନ୍ଧିତ ଖବର