ଖୋର୍ଦ୍ଧା: ନୂଆ ବସଷ୍ଟାଣ୍ଡ ନିକଟରେ ଯୁବକଙ୍କୁ ଗୁଳିମାଡ଼, ହସ୍ପିଟାଲରେ ଭର୍ତ୍ତି

ଖୋର୍ଦ୍ଧା: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୁଧବାର ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ନିକଟରେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ଏହି ଅଂଚଳର ପ୍ରଭାବଶାଳୀ ବ୍ୟକ୍ତି ବବୁଲୁ ପଟ୍ଟନାୟକଙ୍କୁ ଗୁଳିମାଡ଼ ହୋଇଛି। ୨ଜଣ ଦୁର୍ବୃତ୍ତ ଗୋଟିଏ ବାଇକରେ ରାତି ୮ଟା ୩୦ରେ ଆସି ଗୁଳିମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ବବୁଲୁଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୁଲିସ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍‌ ଆରମ୍ଭ କରି ଦେଇଛି।

ସମ୍ବନ୍ଧିତ ଖବର