ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ସ୍ବାସ୍ଥ୍ୟ ପରୀକ୍ଷା

Advertisment
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ସଦର ମୁଖ୍ୟ ଚିକିତ୍ସାଳୟରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ବିଧାୟକ ଜଗଦେବ ଖୋର୍ଦ୍ଧା ଜିଲ୍ଲା ସଦର ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଥିଲେ। ସେଠାରେ ଏକ ଡ଼ାକ୍ତରୀ ଟିମ୍ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଶ୍ରୀ ଜଗଦେବଙ୍କ ଆଖି, ରକ୍ତଚାପ, ହୃଦ୍ ରୋଗ, ଅସ୍ଥି ରୋଗ ସଂପର୍କ ରେ ପରୀକ୍ଷା କରାଯାଇଥିଲା। ପୂର୍ବରୁ ଶ୍ରୀ ଜଗଦେବଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ତ ରିପୋର୍ଟ ମଧ୍ୟ ଯାଞ୍ଚ କରାଗଲା।

ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଏହା କରାଯାଇ ଗୃହ ବିଭାଗ ମାଧ୍ୟମରେ ହାଇକୋର୍ଟଙ୍କୁ ଅବଗତ କରାଯିବ ବୋଲି ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି। ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ର ମଧ୍ୟ ଖୋର୍ଦ୍ଧା ମେଡିକାଲରେ ପହଞ୍ଚିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe