‘ଅସାନୀ’ ପାଇଁ ରାଜଧାନୀ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳ ବୁଲି ସ୍ଥିତି ସମୀକ୍ଷା କଲେ ମେୟର ସୁଲୋଚନା ଦାସ

Advertisment
ରାଜଧାନୀରେ ଜଳକଷ୍ଟ: କ୍ଷମା ମାଗିଲେ ଭୁବନେଶ୍ୱର ମେୟର

Sambad English

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଗତକାଲି ରାତିରୁ ବର୍ଷା ଲାଗିରହିଛି । ଯାହାକୁ ନେଇ ଭୁବନେଶ୍ୱରର ବିଭିନ୍ନ ତଳିଆ ଅଞ୍ଚଳ ବୁଲି ସ୍ଥିତି ସମୀକ୍ଷା କରିଛନ୍ତି ମେୟର ସୁଲୋଚନା ଦାସ। ସାଙ୍ଗରେ କର୍ପୋରେଟର ଓ ବିଏମସିର ବିଭାଗୀୟ ଯନ୍ତ୍ରୀ ମଧ୍ୟ ରହିଛନ୍ତି।

ବାତ୍ୟା ‘ଅସାନୀ’କୁ ନେଇ ସେ କହିଛନ୍ତି ଯେ ‘ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ସେଭଳି କୌଣସି ସ୍ଥିତି ଉପୁଜି ନାହିଁ। ପାଣି ଜମା ହୋଇନାହିଁ କି ଅସୁବିଧା ହୋଇନାହିଁ। ସମସ୍ତ ଅଞ୍ଚଳକୁ ମୁଁ ନିଜେ ବୁଲୁଛି ଓ ବିଏମ୍ସି ଅଧିକାରୀ ବି ବୁଲି ଦେଖୁଛନ୍ତି। ସମ୍ବେଦନଶୀଳ ଜାଗାରେ ମୋଟର ପମ୍ପ ମହଜୁଦ ରହିଛି। ଯଦି ସମସ୍ୟା ହୁଏ ତୁରନ୍ତ ଜଳ ନିଷ୍କାସନ ବ୍ୟବସ୍ଥା କରାଯିବ। ପାଣିପାଗ ବିଭାଗ ଅନୁଯାୟୀ ଖୋର୍ଦ୍ଧା ଜିଲାରେ ବର୍ଷା ହେବ ବୋଲି କୁହାଯାଇଛି। ଯଦି ତଳିଆ ଅଞ୍ଚଳ କି ବସ୍ତିରେ ପାଣି ଜମେ ତେବେ ଲୋକଙ୍କୁ ସ୍ଥାନାନ୍ତର କରିବା ନେଇ ଆଶ୍ରୟସ୍ଥଳ ପ୍ରସ୍ତୁତ ରହିଛି ଓ ଆନୁଷଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି।’

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe