କଂଗ୍ରେସ ପ୍ରାର୍ଥୀ ପୃଥ୍ୱୀବଲ୍ଲଭ ପଟ୍ଟନାୟକଙ୍କ ଶକ୍ତି ପ୍ରଦର୍ଶନ

କଂଗ୍ରେସ ପ୍ରାର୍ଥୀ ପୃଥ୍ୱୀବଲ୍ଲଭ ପଟ୍ଟନାୟକଙ୍କ ଶକ୍ତି ପ୍ରଦର୍ଶନ

ଖୋର୍ଦ୍ଧା: ବେଗୁନିଆର କଂଗ୍ରେସ ବିଧାନସଭା ପ୍ରାର୍ଥୀ ପୃଥ୍ୱୀବଲ୍ଲଭ ପଟ୍ଟନାୟକ ଶକ୍ତି ପ୍ରଦର୍ଶନ କରିଛନ୍ତି। ଆଜି ବିଧାନସଭା ପ୍ରାର୍ଥୀ ପୃଥ୍ୱୀବଲ୍ଲଭ ପଟ୍ଟନାୟକ ଓ ଲୋକସଭା ପ୍ରାର୍ଥୀ ୟାସିର ନୱାଜ୍ ନିଜର ହଜାର ହଜାର ସମର୍ଥକଙ୍କ ସହିତ ଶକ୍ତି ପ୍ରଦର୍ଶନ କରିଛନ୍ତି। ଦୁହେଁ ୫ ହଜାରରୁ ଅଧିକ ବାଇକ୍ ରାଲି କରାଯାଇ ଲୋକଙ୍କୁ ଭୋଟ୍ ଭିକ୍ଷା କରିଛନ୍ତି। ଉଭୟେ ଆଜି ସକାଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।

ସୂଚନାଯୋଗ୍ୟ, ବେଗୁନିଆରେ ଏବେ ସୁଦ୍ଧା ବିଜେଡି ଓ ବିଜେପି ପ୍ରାର୍ଥୀ ଘୋଷଣା କରି ନ ଥିବାବେଳେ କଂଗ୍ରେସ ଜୋରଦାର ପ୍ରଚାର ଆରମ୍ଭ କରି ଦେଇଛି ।

×
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe