କଟକ ଜିଲ୍ଲା ସ୍ମାର୍ଟ ଭିଲେଜ୍ କଲରାବାଙ୍କଠାରେ ୧୦୦ ଶଯ୍ୟାବିଶିଷ୍ଟ କିମ୍ସ ଗ୍ରାମୀଣ ଡାକ୍ତରଖାନା ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

Advertisment
କଟକ ଜିଲ୍ଲା ସ୍ମାର୍ଟ ଭିଲେଜ୍ କଲରାବାଙ୍କଠାରେ ୧୦୦ ଶଯ୍ୟାବିଶିଷ୍ଟ କିମ୍ସ ଗ୍ରାମୀଣ ଡାକ୍ତରଖାନା ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ସ୍ମାର୍ଟ ଭିଲେଜ୍ କଲରାବାଙ୍କଠାରେ ୧୦୦ ଶଯ୍ୟାବିଶିଷ୍ଟ ଅତ୍ୟାଧୁନିକ କିମ୍ସ ଗ୍ରାମୀଣ ଡାକ୍ତରଖାନା ଏବଂ କଲରାବାଙ୍କ ସ୍ମାର୍ଟ ଭିଲେଜର ଲୋକାର୍ପଣ କରିବା ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୯ଟି କିମ୍ସ ଗ୍ରାମୀଣ ଡାକ୍ତରଖାନାର ଭିତ୍ତି ରଖିଛନ୍ତି। ଲୋକାର୍ପଣ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ହସ୍‌ପିଟାଲ ଅଞ୍ଚଳବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବାରେ ସଫଳ ହେବ ବୋଲି କହି ସ୍ମାର୍ଟ ଭିଲେଜ୍ କଲରାବାଙ୍କ ପାଇଁ ଏହି ହସ୍‌ପିଟାଲ ଏକ ନୂଆ ପରିଚୟ ସୃଷ୍ଟି କରିବ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ନିଜ ଗାଁ ପାଇଁ ନିଜ ଜନ୍ମମାଟି ପାଇଁ କିଛି କରିବା ହେଉଛି ଜୀବନର ଶ୍ରେଷ୍ଠ ସନ୍ତୋଷ। କଲରାବାଙ୍କ ଗାଁର ରୂପାନ୍ତର ପାଇଁ ସାଂସଦ ଅଚ୍ୟୁତ ସାମନ୍ତଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ଆମେ ସମସ୍ତେ ଯଦି ନିଜ ଗାଁ ନିଜ ମାଟି ପାଇଁ ଦାୟିତ୍ୱର ସହ କାମ କରିବା ତେବେ ରୂପାନ୍ତର ଲକ୍ଷ୍ୟ ଖୁବ୍‌ ଶୀଘ୍ର ପୂରଣ ହେବ।

publive-image

କିମ୍ସ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୯ଟି ୧୦୦ ଶଯ୍ୟାବିଶିଷ୍ଟ ହସ୍‌ପିଟାଲ କରାଯାଉଥିବା ଜାଣି ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରି କହିଥିଲେ ଯେ ଆମ ପାଇଁ ପ୍ରତି ଜୀବନ ମୂଲ୍ୟବାନ। ଆମ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏହି ମହତ ଲକ୍ଷ୍ୟ ନେଇ ଆମେ କାମ କରୁଛୁ ଏବଂ ଓଡିଶାର ସବୁ ପରିବାର ଯେପରି ଉତ୍ତମ ସ୍ୱାସ୍ଥ୍ୟସେବା ପାଇପାରିବେ ତାକୁ ଆମେ ପ୍ରାଧାନ୍ୟ ଦେଇ କାମ କରୁଛୁ ବୋଲି କହିଥିଲେ। ସୂଚନାଯୋଗ୍ୟ ଯେ ଏହି ହସ୍‌ପିଟାଲରେ ୨୪ ଘଣ୍ଟିଆ ଆପାତକାଳୀନ ସେବା, ୨୪ ଘଣ୍ଟିଆ ଆମ୍ବୁଲାନ୍ସ ସେବା, ଅତ୍ୟାଧୁନିକ ରୋଗ ନିଦାନ କେନ୍ଦ୍ର, ଆଇସିୟୁ, ସିଟିସ୍କାନ, ଏଚ୍‌ଡିୟୁ, ଏମ୍‌ଆରଆଇ, କ୍ୟାବିନ୍‌, ଅଲଟ୍ରାସାଉଣ୍ଡ, ଓଟି, ଅତ୍ୟାଧୁନିକ ପରୀକ୍ଷାଗାର, ଜେନେରାଲ ୱାର୍ଡ, ଫିଜିଓଥେରାପି କେନ୍ଦ୍ର ଭଳି ସମସ୍ତ ଅତ୍ୟାଧୁନିକ ଚିକିତ୍ସା ସେବା କିମ୍ସ ପକ୍ଷରୁ ଉପଲବ୍ଧ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe