କୋରାପୁଟ: ଇଟା ବୋଝେଇ ଟ୍ରାକ୍ଟର ଓଲଟିବାରୁ ୨ ଶ୍ରମିକ ମୃତ, ୨ ଗୁରୁତର

କୋରାପୁଟ: ଇଟା ବୋଝେଇ ଟ୍ରାକ୍ଟର ବୁଧବାର ଓଲଟିବାରୁ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଜଣ ଗୁରୁତରଙ୍କୁ ଉଦ୍ଧାର କରାଯାଇ କୋରାପୁଟ ମେଡିକାଲରେ ଭର୍ତ୍ତି କରାଯାଇଛି। ଟିକାପାର ରାସ୍ତାରେ ଟ୍ରାକ୍ଟର ଭାରସାମ୍ୟ ହରାଇବାରୁ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ୨ ଜଣଙ୍କୁ ଉଦ୍ଧାର କରାଯାଇ ମେଡିକାଲକୁ ନିଆଯାଇଛି। ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଂଚି ୨ ଶ୍ରମିକଙ୍କ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଇଛି।

ସମ୍ବନ୍ଧିତ ଖବର