ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ନନ୍ଦପୁର: କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପାଡୁଆ ଥାନା ଅନ୍ତର୍ଗତ ବଦଲିଗୁଡା ଗ୍ରାମର ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକ ଥାନାରେ ଏତଲା ଦେବା ପରେ ପୁଲିସ ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁଯାୟୀ, ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ବଦଲିଗୁଡା ଗ୍ରାମର ଲବ ତାଙ୍ଗୁଲ(୨୭) ଗତକାଲି ନିଜ ଘରକୁ ଫେରିଥିଲେ। ରାତିରେ ଦୁଇ ଜଣ ବ୍ୟକ୍ତି ଲବଙ୍କୁ ଘରୁ ଡାକି ନେଇଥିଲେ। ଏହାପରେ ଲବ ଘରକୁ ଫେରିନଥିଲେ। ଆଜି ସକାଳ ସୁଦ୍ଧା ନଆସିବାରୁ ପରିବାର ଲୋକ ଓ ଗ୍ରାମବାସୀ ବିଭିନ୍ନ ସ୍ଥାନରେ ଖୋଜାଖୋଜି ଆରମ୍ଭ କରିଥିଲେ। ଗାଁ ନିକଟରେ ଥିବା ଏକ ସଲପ ଗଛ ତଳେ ଲବଙ୍କ ଶବ ପଡିଥିବା ଦେଖିବାକୁ ପାଇବା ପରେ ତାଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକ ପାଡୁଆ ଥାନାରେ ଏତଲା ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି।

ସମ୍ବନ୍ଧିତ ଖବର