ମାଲକାନଗିରି (ପ୍ରେମେନ୍ଦ୍ର ପରିଚ୍ଛା): ମାଲକାନଗିରି ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲା ପୁଲିସ ନିକଟରେ ଆଜି ପୁଣି ୨୮ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବସ୍ତର ଆଇଜି ପି.ସୁନ୍ଦର ରାଜଙ୍କ ସମ୍ମୁଖରେ ଏମାନେ ହତିଆର ସହ ଆତ୍ମସମର୍ପଣ କରିଥିଲେ। ଏମାନଙ୍କ ମଧ୍ୟରେ ୧୯ ଜଣ ମହିଳା ମାଓବାଦୀ ରହିଛନ୍ତି। ସମସ୍ତଙ୍କ ନାମରେ ୮୯ ଲକ୍ଷ ଟଂକାର ପୁରସ୍କାର ରହିଥିଲା। ୩ ଡଣ ମାଓବାଦୀ ଏସଏଲଆର,ଇନସାସ ଏବଂ ୩୦୩ ବନ୍ଧୁକ ସହ ଆତ୍ମସମର୍ପଣ କରିଥିଲେ।
ଛତିଶଗଡ ସରକାରଙ୍କ ଦ୍ବାରା ଆରମ୍ଭ ହୋଇଥିବା ଆତ୍ମନିର୍ଭରଶୀଳ ନୀତି ଏବଂ ଘରକୁ ଫେରିଆସ ଯୋଜନାରେ ନକ୍ସଲ ଲଗାତାର ଆତ୍ମସମର୍ପଣ କରୁଛନ୍ତି। ପୁଣି ଦୁର୍ଦ୍ଦାନ୍ତ ହିଡ଼ମାର ମୃତ୍ୟୁ ସଂଗଠନକୁ ଏକ ପ୍ରକାର ବେକଫୁଟକୁ ନେଇଯାଇଛି। ସଂଗଠନରେ ଦୁଇ ଗୋଷ୍ଠୀ ହେବା ସହ କିଏ କାହାକୁ ଆଉ ମାନୁନଥିବା ଜଣାପଡିଛି। ନେତୃତ୍ବ ବିହୀନ ସଂଗଠନ ହୋଇଥିବାରୁ ତଳସ୍ତରର ନକ୍ସଲ ସରକାରଙ୍କ ସହ ଯୋଗାଯୋଗ କରି ଆତ୍ମସମର୍ପଣ କରୁଛନ୍ତି। ପ୍ରଶାସନ ତରଫରୁ ସମସ୍ତଙ୍କୁ ୫୦ ହଜାର ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଗାମୀ ଦିନରେ ଆତ୍ମନିର୍ଭରଶୀଳ ନୀତି ଅନୁଯାୟୀ ସମସ୍ତଙ୍କୁ ଥଇଥାନ କରାଯିବ ବୋଲି କୁହାଯାଇଛି।
ଆହୁରି ପଢ଼ନ୍ତୁ: Naxal Surrender: ୩ ସିସିଏମ୍ ନକ୍ସଲ ସମେତ ୩୭ମାଓବାଦୀଙ୍କ ଆତ୍ମସମର୍ପଣ
୫୧୨ ମାଓବାଦୀଙ୍କ ଆତ୍ମସମର୍ପଣ
ସୂଚନାଯୋଗ୍ୟ, ଗତ ୫୦ ଦିନରେ ନାରାୟଣପୁର ଜିଲ୍ଲାରେ ୫୧୨ ଜଣ ନକ୍ସଲ ମୁଖ୍ୟସ୍ରୋତଲେ ସାମିଲ ହେଲେଣି। ଜଂଗଲରେ ଏବେ ବି ରହିଯାଇଥିବା ବଳକା ନକ୍ସଲ ତୁରନ୍ତ ଆତ୍ମସମର୍ପଣ କରି ବାକି ଜୀବନ ଖୁସିରେ କଟାନ୍ତୁ ବୋଲି ଆଇଜି ସୁନ୍ଦର ରାଜ ଆହ୍ବାନ ଦେଇଛନ୍ତି।
ଆହୁରି ପଢ଼ନ୍ତୁ: Tiger Census: ଦଶପଲ୍ଲା ବନାଞ୍ଚଳରେ ମାଓବାଦୀଙ୍କ ଗତିବିଧି; ୧୫ଟି ଜୋନ୍ରେ ବାଘ ଗଣନା ବନ୍ଦ
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/11/25/28-naxal-surrender-2025-11-25-21-58-46.jpg)