ବାଲିମେଳା ନିର୍ବାହୀ ଅଧିକାରୀଙ୍କ ବାସଭବନ ଉପରେ ପେଟ୍ରୋଲ ବୋମା ଆକ୍ରମଣ

ବାଲିମେଳା ନିର୍ବାହୀ ଅଧିକାରୀଙ୍କ ବାସଭବନ ଉପରେ ପେଟ୍ରୋଲ ବୋମା ଆକ୍ରମଣ

ବାଲିମେଳା: ନିର୍ବାହୀ ଅଧିକାରୀଙ୍କ ବାସଭବନ ଉପରେ ପେଟ୍ରୋଲ ବୋମା ଆକ୍ରମଣ ହୋଇଛି। ଆଜି ଏପରି ଏକ ଅଭାବନୀୟ ଘଟଣା ମାଲକାନଗିରି ଜିଲ୍ଲା ବାଲିମେଳା ଏନଏସିରେ ଦେଖିବାକୁ ମିଳିଛି। ତେବେ ଗତ କିଛିଦିନ ଧରି ବାଲିମେଳାକୁ ଆସିଥିବା ବିକାଶମୂଳକ କାର୍ଯ୍ୟ ତଥା ଇଣ୍ଡୋର ଷ୍ଟାଡିୟମ ଏବଂ ଅର୍ବାନ ମେଡିକାଲ ନିମନ୍ତେ ଜାଗା ଅଧିଗ୍ରହଣ ସହ ଲୋକମାନଙ୍କ ଘର ଭଙ୍ଗା ଯାଉଥିବା ହେତୁ ଏପରି ହିଂସାତ୍ମକ ଆକ୍ରମଣ ରଚା ଯାଇଥିବା ଅନୁମାନ କରାଯାଉଛି।

ଗତ ମଧ୍ୟରାତ୍ରି ପାଖାପାଖି ୨.୩୦ ସମୟରେ କାର୍ଯ୍ୟ ନିର୍ବାହୀ ଅଧିକାରୀ କୃଷ୍ଣଚନ୍ଦ୍ର ରଥଙ୍କ ବାସଭବନ ପଛ ପଟୁ କିଛି ଦୁର୍ବୃତ୍ତ ଆସି ପେଟ୍ରୋଲ ବୋମା ପକାଇ ଘରକୁ ଜାଳିବାକୁ ଉଦ୍ୟମ କରୁଥିଲେ। ଏହି ସମୟରେ ଅଧିକାରୀଙ୍କ ଝିଅଙ୍କର ହଠାତ ନିଦ ଭାଙ୍ଗିବାରୁ ସେ ଧୂଆଁ ବାହାରୁଥିବାର ଦେଖିଥିଲେ। ପରେ ଅଧିକାରୀ ଏବଂ ତାଙ୍କ ଝିଅ ବାହାରକୁ ଆସି ଦେଖିଲା ବେଳକୁ ଘର ଚାରି କଡରେ ନିଆଁ ହୁତୁହୁତୁ ହୋଇ ଜଳୁଥିବା ଦେଖିଥିଲେ। ପରେ ଫୋନ ଯୋଗେ ଯୋଗାଯୋଗ କରିବା ପରେ ଏନଏସିର କିଛି କର୍ମଚାରୀ ଏବଂ ଅଧ୍ୟକ୍ଷ ପ୍ରଦୀପ କୁମାର ନାୟକ ତାଙ୍କ ବାସଭବନରେ ପହଞ୍ଚି ନିଆଁ କୁ ଆୟତ୍ତ କରିବାରେ ସକ୍ଷମ ହୋଇଥିଲେ। ବର୍ତ୍ତମାନ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାପଡିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe