ମାଲକାନଗିରି: ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ୧୮ଟି ଜିଲ୍ଲାକୁ ବର୍ଷା, ଘଡ଼ଘଡ଼ି ଓ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ତାଲିକାରେ ମାଲକାନଗିରି ଜିଲ୍ଲା ମଧ୍ୟ ଅଛି। ସମ୍ଭାବିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିର ଜିଲ୍ଲାରେ ସେପ୍ଟେମ୍ବର ୨୬ ତାରିଖ ଦିନ ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲଗୁଡ଼ିକ ଛୁଟି ଘୋଷଣା କରାଯାଇଛି। ସ୍କୁଲ ଛୁଟି ନେଇ ଜିଲ୍ଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। 

Advertisment

ସମ୍ଭାବିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିର ଜିଲ୍ଲାରେ ସେପ୍ଟେମ୍ବର ୨୬ ତାରିଖ ଦିନ ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲଗୁଡ଼ିକ ଛୁଟି ଘୋଷଣା କରାଯାଇଛି।

ସୂଚନାଯୋଗ୍ୟ, ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ସେପ୍ଟେମ୍ବର ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଅବପାତରେ ପରିଣତ ହେବାର ସମ୍ଭାବନା ଅଛି ଏବଂ ୨୭ ତାରିଖ ସକାଳେ ଏହା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ। ଏହାର ପ୍ରଭାବରେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ସହିତ ଅନ୍ୟାନ୍ୟ ଦକ୍ଷିଣ ଓଡ଼ିଶା ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

Malkangiri | IMD