ଲହୁଣିପଡ଼ା: ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ବଡ଼ ତୁମକଳା ଗ୍ରାମରେ ଜନୈକା ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ସେହି ଗ୍ରାମର ପ୍ରଦୀପ ପାତ୍ର(୨୧)କୁ ପୁଲିସ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କ ସହ ଶାରୀରିକ ସଂପର୍କ ରଖି ଆସୁଥିଲା। ଘଟଣା ସଂପର୍କରେ ଜଣାପଡ଼ିବା ପରେ ପୀଡ଼ିତାଙ୍କ ପରିବାର ପକ୍ଷରୁ ଗତକାଲି ଲହୁଣିପଡ଼ା ଥାନାରେ ଏକ ଏତଲା ଦିଆଯାଇଥିଲା। ପୁଲିସ ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କର ଡାକ୍ତରୀମାଇନା କରିବା ସହ ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତକୁ ଜେଲ୍ ହାଜତକୁ ପଠାଇ ଦିଆଯାଇଛି।
ନାବାଳିକାଙ୍କୁ ଦୁଷ୍କର୍ମ, ଯୁବକ ଗିରଫ
Advertisment
Follow Us