କଟକ: ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ

Advertisment
କଟକ: ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ

କଟକ:ଆଜି ଦିନ ପ୍ରାୟ ସାଢ଼େ ୧୦ଟା ବେଳେ କଟକ-ଟାଙ୍ଗୀ ରାସ୍ତାର କହ୍ନେଇପୁର ପଞ୍ଚାୟତର ଆଞ୍ଚୁଆ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟାଇଥିବା ଗାଡ଼ିଟି ଏକ ବୋଲୋରୋ ବୋଲି ସ୍ଥାନୀୟ ଲୋକେ କହୁଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ମୃତ ଯୁବକଙ୍କ ପରିଚୟ ଜଣା ପଡ଼ି ନ ଥିବା ବେଳେ ସେ ଓଆର୦୨ ଏଓ୍ଵାଇ ୮୭୨୪ ନମ୍ବର ବିଶିଷ୍ଟ ହୋଣ୍ଡା ସାଇନ୍‌ ଗାଡ଼ିରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe