ବିଷ ପିଇଦେଲେ ଯୁବକ

ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

Deccan Herald

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ଲଖନପୁର ଥାନା ସିଂହାରପୁରର ବଳରାମ ରୋହିଦାସ ରବିବାର ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏ ସଂକ୍ରାନ୍ତରେ ଲଖନପୁର ଥାନା ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା‌ ବେଳେ ଶବ ଜବତ କରି ବ୍ୟବ‌ଚ୍ଛେଦ ପାଇଁ ପଠାଇଛି।
ସୂଚନା ଅନୁସାରେ, ବଳରାମ ଏକ ଜଳଖିଆ ଦୋକାନ ଦେଇଥି‌ବା ବେଳେ ବିଭିନ୍ନ ସ୍ଥାନରୁ କରଜ ଆଣିଥିଲେ। ଯାହାକୁ ନେଇ ସେ ସବୁବେଳେ ଚିନ୍ତାଗ୍ରସ୍ତ ରହୁଥିଲେ। ରବିବାର ଭୋର୍‌ରୁ ସେ ବିଷ ପିଇ ଦେଇଥିଲେ। ତାଙ୍କୁ ପ୍ରଥମେ ଲଖନପୁର ସିଏଚ୍‌ସିକୁ ନିଆଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe