ବୌଦ୍ଧ: ତ୍ରିକୋଣୀୟ ପ୍ରେମ ସମ୍ପର୍କରୁ ଯୁବକଙ୍କୁ ହତ୍ୟା

ବୌଦ୍ଧ: ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ପଲସାଗୋଡ଼ା ଗାଁରେ ତ୍ରିକୋଣୀୟ ପ୍ରେମ ସମ୍ପର୍କକୁ ନେଇ ଜଣେ ଯୁବକଙ୍କୁ ଫାର୍ସାରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ଏହି ଘଟଣାରେ ଜଣେ ଯୁବତୀ ଓ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି।
ପୁଲିସ ସୂତ୍ରରୁ ପ୍ରକାଶ ଯେ, ଗତକାଲି ରାତିରେ ପଲସାଗୋଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପଛପଟେ ଭୁଲଭୁଲାପଦର ଗ୍ରାମର ଶାନ୍ତନୁ କହଁରଙ୍କୁ ଫାର୍ସାରେ ହାଣି ହତ୍ୟା କରାଯାଇଚି। ଜଣେ ଯୁବତୀଙ୍କୁ ଦୁଇ ଜଣ ଯୁବକ ପ୍ରେମ କରୁଥିବା ଓ ଏହି ତ୍ରିକୋଣୀୟ ପ୍ରେମ ସମ୍ପକରୁ ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘଟଣା ନେଇ ଦୁଇଜଣଙ୍କୁ ଅଟକ ରଖି ପଚରା ଉଚରା କରାଯାଉଛି।

ସମ୍ବନ୍ଧିତ ଖବର