ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଦେବଗଡ଼: ଦେବଗଡ଼ ଥାନା ଅନ୍ତର୍ଗତ ସାମନ୍ତରାପାଲି ଗ୍ରାମର ଆଜି ଜଣେ ଯୁବକର ଝୁଲନ୍ତା ମୃତଦେହ ପୁଲିସ ଉଦ୍ଧାର କରିଛି । ତେବେ ଦେବଗଡ଼ ଥାନା ପୁଲିସ ସୂଚନା ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ଅନୁଯାୟୀ ,ସାମନ୍ତରାପାଲି ଗ୍ରାମର ରାଜୀବ ଲୋଚନ ସାହୁଙ୍କ ପୁଅ ଅନନ୍ତ ଆଜି କୌଣସି ଘରେ କେହି ନଥିବାବେଳେ ବେକର ଗାମୁଛା ଲଗାଇ ଆତ୍ମହତ୍ୟା କରିଥିଲେ । ପରିବାର ଲୋକ କିଛି ସମୟ ପରେ ଘରକୁ ଫେରିବା ପରେ ଅନନ୍ତଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ ।

ତେବେ ପରିବାର ଲୋକ ଏବଂ ଗ୍ରାମବାସୀ ଏସଂପର୍କରେ ଦେବଗଡ଼ ଥାନାରେ ଅଭିଯୋଗ କରିବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

ସମ୍ବନ୍ଧିତ ଖବର