ହୋଟେଲ୍‌ରୁ ୬୦ ହଜାର ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

Advertisment

ରାଇରଙ୍ଗପୁର ଅବକାରୀ ନିରୀକ୍ଷକ ବିନୟ ପ୍ରକାଶ ତୀର୍କୀ ଏବଂ ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲଙ୍କ ନେତୃତ୍ୱରେ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ରାଇରଙ୍ଗପୁର ଟାଉନ୍ ଥାନା ଅନ୍ତର୍ଗତ ୱାର୍ଡ଼ ନଂ-୦୯ ରେ ଥିବା ଏକ ହୋଟେଲରୁ ଗଂଜେଇ ଜବତ କରାଯାଇଛି।

ରାଇରଙ୍ଗପୁର ଅବକାରୀ ନିରୀକ୍ଷକ ବିନୟ ପ୍ରକାଶ ତୀର୍କୀ ଏବଂ ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲଙ୍କ ନେତୃତ୍ୱରେ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ରାଇରଙ୍ଗପୁର ଟାଉନ୍ ଥାନା ଅନ୍ତର୍ଗତ ୱାର୍ଡ଼ ନଂ-୦୯ ରେ ଥିବା ଏକ ହୋଟେଲରୁ ଗଂଜେଇ ଜବତ କରାଯାଇଛି।

Contraband seized

Contraband seized Photograph: (Sambad )

ରାଇରଙ୍ଗପୁର: ମୟୂରଭଞ୍ଜ ଅବକାରୀ ଅଧୀକ୍ଷକ ପ୍ରଶାନ୍ତ କହଁରଙ୍କ ନିର୍ଦ୍ଦେଶକ୍ରମେ ଓ ରାଇରଙ୍ଗପୁର ଅବକାରୀ ଉପଅଧୀକ୍ଷକ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉପଖଣ୍ଡ ଅବକାରୀ ରେଞ୍ଜ ପକ୍ଷରୁ ୬୦ ହଜାର ଟଙ୍କାର ଗଂଜେଇ ଜବତ କରାଯାଇଛି।

ରାଇରଙ୍ଗପୁର ଅବକାରୀ ନିରୀକ୍ଷକ ବିନୟ ପ୍ରକାଶ ତୀର୍କୀ ଏବଂ ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲଙ୍କ ନେତୃତ୍ୱରେ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ରାଇରଙ୍ଗପୁର ଟାଉନ୍ ଥାନା ଅନ୍ତର୍ଗତ ୱାର୍ଡ଼ ନଂ-୦୯ ରେ ଥିବା ‘ମହାନ୍ତି ହୋଟେଲ’ରେ ଚଢ଼ାଉ କରାଯାଇ ୫ କିଲୋ ୮୦୦ ଗ୍ରାମ ଗଞ୍ଜେଇ ଜବତ କରିବା ସହିତ ସେଥିରେ ସମ୍ପୃକ୍ତ ରାଇରଙ୍ଗପୁର ସହରାଞ୍ଚଳ ଥାନା ଅନ୍ତର୍ଗତ ଅଁଳାଡୁବା ଗ୍ରାମର ବିଚିତ୍ର ମହାନ୍ତିଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୬୦ ହଜାର ଟଙ୍କାରୁ ଊର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛିl

ରାଇରଙ୍ଗପୁର ଟାଉନ୍ ଥାନା ଅନ୍ତର୍ଗତ ୱାର୍ଡ଼ ନଂ-୦୯ ରେ ଥିବା ଏକ ହୋଟେଲରେ ଚଢ଼ାଉ କରାଯାଇ ୫ କିଲୋ ୮୦୦ ଗ୍ରାମ ଗଞ୍ଜେଇ ଜବତ କରାଯାଇଛି। ଜବତ ଗଂଜେଇର ମୂଲ୍ୟ ୬୦ ହଜାର ଟଙ୍କା‌ ହେବାର ଆକଳନ କରାଯାଇଛି।

ଉକ୍ତ ଚଢ଼ାଉରେ ବହଳଦା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ରଣଜିତ ଶବର, ଉପନିରୀକ୍ଷକ ସୁଧାଂଶୁ ବେହେରା, କନେଷ୍ଟବଳ ଦିଲ୍ଲୀପ କୁମାର ଜେନା, ବିପ୍ଳବ କୁମାର ମଲ୍ଲିକ, ବୁଦ୍ଧଦେବ ମହନ୍ତ, ତମନ ପରିଡ଼ା, ସଂଜୀବ ମହାପାତ୍ର, ରାଜେନ୍ଦ୍ର ସେନାପତି, ପ୍ରିୟଙ୍କା ମହାନ୍ତ, ଫୁଲମଣୀ ହାଁସଦା ପ୍ରଭୃତି ସାମିଲ ଥିଲେ। ଏନେଇ ରାଇରଙ୍ଗପୁର ଅବକାରୀ ରେଞ୍ଜ ପକ୍ଷରୁ ଏକ ମାମଲା ରୁଜ୍ଜୁ କରାଯାଇଛି l 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe