ରାଇରଙ୍ଗପୁର: ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ,ବରୁଣ ଗୁଣ୍ଟୁପାଲି,ବାମନଘାଟି ଉପ ଜିଲ୍ଲାପାଳ ସୌମ୍ୟରଞ୍ଜନ ପ୍ରଧାନ,ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ସୁଚାରୁ କୁମାର ବଳ, ଆଇଏସ ପ୍ରୋବେଶନର କାଶିଷ ବକସି,ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଧିକାରୀ ଡା. ରବୀନ୍ଦ୍ର କୁମାର ମାର୍ଣ୍ଡି ପ୍ରମୁଖ ଯୋଗଦେଇଥିଲେ ।

Advertisment

ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣଙ୍କଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମାଧାନ କରିବା ପାଇଁ ପରାମର୍ଶ ଦେଇଥିଲେ। ଏହି ଶିବିରରେ ଜନସାଧାରଣଙ୍କଠାରୁ ମୋଟ ୯୦ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୬୮ ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୨୨ଟି  ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୂହିକ ଅଭିଯୋଗ ଥିଲା । ସେଥିମଧ୍ୟରୁ ୫ ଗୋଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା। ଆବେଦନର ଗୁରତ୍ୱକୁ ବିଚାର କରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ ଜଣଙ୍କୁ ଟ ୨୫,୦୦୦/-ଙ୍କା ଜିଲ୍ଲାପାଳ ମଂଜୁର କରିଛନ୍ତି।

ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟାରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ  ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ଶିବିରରେ ବାମନଘାଟି ଉପଖଣ୍ଡର ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।