ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ପୋଚ ଜବତ

Advertisment

ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ପିଠାକୁଟୁଣୀ ଓ ରେହେଡ଼ାକୋଚା ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ  ୨୨୦ ଲିଟର ଦେଶୀ ରନ୍ଧା ମଦ ଜବତ କରାଯାଇଛି।

ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ପିଠାକୁଟୁଣୀ ଓ ରେହେଡ଼ାକୋଚା ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ  ୨୨୦ ଲିଟର ଦେଶୀ ରନ୍ଧା ମଦ ଜବତ କରାଯାଇଛି।

Local wine seized

Local wine seized Photograph: (Sambad )

ରାଇରଙ୍ଗପୁର: ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର ଅବକାରୀ ଉପଅଧୀକ୍ଷକ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଇରଙ୍ଗପୁର ଉପଖଣ୍ଡ ଅବକାରୀ ରେଞ୍ଜ ପକ୍ଷରୁ ରାଇରଙ୍ଗପୁର ଅବକାରୀ ନିରୀକ୍ଷକ ବିନୟ ପ୍ରକାଶ ତୀର୍କୀ ଓ ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ପିଠାକୁଟୁଣୀ ଓ ରେହେଡ଼ାକୋଚା ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ  ୨୨୦ ଲିଟର ଦେଶୀ ରନ୍ଧା ମଦ ଓ ୭୨୦୦ ଲିଟର ମହୁଲ ପୋଚ ଜବତ କରାଯାଇ ଘଟଣା ସ୍ଥଳରେ ନଷ୍ଟ କରାଯାଇଛି।

ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ପିଠାକୁଟୁଣୀ ଓ ରେହେଡ଼ାକୋଚା ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ  ୨୨୦ ଲିଟର ଦେଶୀ ରନ୍ଧା ମଦ ଓ ୭୨୦୦ ଲିଟର ମହୁଲ ପୋଚ ଜବତ କରାଯାଇ ଘଟଣା ସ୍ଥଳରେ ନଷ୍ଟ କରାଯାଇଛି।

ଜବତ ହୋଇଥିବା ଦେଶୀ ରନ୍ଧା ମଦ, ମହୁଲ ପୋଚର ଆନୁମାନିକ ମୂଲ୍ୟ ୪ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି। ଉକ୍ତ ଚଢ଼ାଉରେ ବହଳଦା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ରଣଜିତ ସବର, ବିଶୋଇ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପିଙ୍କି ମାରାଣ୍ଡି, ସହ ଉପନିରୀକ୍ଷକ ସୁଧାଂଶୁ ବେହେରା,କନେଷ୍ଟବଳ ଦିଲ୍ଲୀପ କୁମାର ଜେନା, ବିପ୍ଳବ କୁମାର ମଲ୍ଲିକ, ତମନ ପରିଡ଼ା, ସଂଜୀବ ମହାପାତ୍ର, ରାଜେନ୍ଦ୍ର ସେନାପତି,ପ୍ରିୟଙ୍କା ମହାନ୍ତ, ଫୁଲମଣୀ ହାଁସଦା ପ୍ରଭୃତି ସାମିଲ ଥିଲେ । ଏନେଇ ରାଇରଙ୍ଗପୁର ଅବକାରୀ ଥାନା ପକ୍ଷରୁ ୨ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe