ଖୋର୍ଦ୍ଧା: ଅକ୍ଟୋବର ୧, ଜିଲ୍ଲା ସଦରମହକୁମାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ​ ଅନୁଷ୍ଠିତ ହୋଇ ଯାଇଛି।  ମଙ୍ଗଳବାର ପୂର୍ବାହ୍ନରେ ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତୀ ଅଧ୍ୟକ୍ଷତା କରିଥିଲେ। ବୈଠକ​ର ନିଷ୍ପତ୍ତି ଅନୁସାରେ, ଭୋରରେ ଖୋର୍ଦ୍ଧା ପୌରାଞ୍ଚଳରେ ଡାକବାଜି ଯନ୍ତ୍ର​ରେ ରାମଧୂନ ପରବିଶେଣ କରାଯିବ। ୭ଟାରୁ ୮ଟା ମଧ୍ୟରେ ଗାନ୍ଧୀଜୀଙ୍କ ବାଣୀ ସମ୍ପର୍କିତ ଏକ ସଚେତନତା ଶୋଭାଯାତ୍ରା ବକ୍ସି ଜଗବନ୍ଧୁ ବିଦ୍ୟାଧର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରୁ ବାହାରି ସହର ପରିକ୍ରମା କରି ପୁଣି ଉଚ୍ଚ ବିଦ୍ୟାଳୟ ଠାରେ ପହଞ୍ଚିବ। ବିଦ୍ୟାଳୟର ସମ୍ମିଳନୀ କକ୍ଷରେ କଳାକାରଙ୍କ ଦ୍ବାରା ଗାନ୍ଧୀଙ୍କ ଜୀବନ ସମ୍ପର୍କିତ ସାଂସ୍କୃତିକ କାର୍ଯ୍ୟକ୍ରମ, ସର୍ବଧର୍ମ ପ୍ରାର୍ଥନା ଅନୁଷ୍ଠିତ ହେବ। ପୂର୍ବରୁ ଅନୁଷ୍ଠିତ ବିଦ୍ୟାଳୟସ୍ତରୀୟ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ ଓ ସଫେଇ କର୍ମଚାରୀଙ୍କୁ ପୁରସ୍କୃତ କରାଯିବ।

Advertisment

ଏହାପରେ ଏକ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଆଜିର ଏହି ପ୍ରସ୍ତୁତି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭାପତି ରୂପଶ୍ରୀରାଣୀ ଗୁମାନସିଂହ, ପୌର ପରିଷଦ ଅଧ୍ୟକ୍ଷା କନକଲକ୍ଷ୍ମୀ ମହାନ୍ତି, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁରେନ୍ଦ୍ର ନାଥ ମୁର୍ମୁ, ଜିଲ୍ଲା ସୂଚନା ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ, ଜିଲ୍ଲା ମଙ୍ଗଳ ଅଧିକାରୀ ସୁରେଶ ଚନ୍ଦ୍ର ଜିତବାବୁ, ପୌର ପରିଷଦ ନିର୍ବାହୀ ଅଧିକାରୀ ରିଜୱାନା କ୍ବାକୁମ, ଜିଲ୍ଲା ଶିକ୍ଷାଧିକାରୀ ବିଶ୍ବନାଥ ତରାଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ଉମାଶଙ୍କର ପ୍ରସାଦ ରାମ, ସତ୍ୟବାଦୀ ବଳିଆରସିଂହ, ଭୀମସେନ ପ୍ରଧାନ ପ୍ରମୁଖଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।