ମା’ ଓ ଶିଶୁଙ୍କ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ସହ ଖାଦ୍ୟପେୟ ଉପରେ ଗୁରୁତ୍ବ

Advertisment
ମା’ ଓ ଶିଶୁଙ୍କ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ସହ ଖାଦ୍ୟପେୟ ଉପରେ ଗୁରୁତ୍ବ

Sambad

ଖୋର୍ଦ୍ଧା: କେନ୍ଦ୍ର ସରକାରଙ୍କ ଅନୁଦାନରେ ଚାଲିଥିବା ପୋଷଣ ମାସ ପରିପ୍ରେକ୍ଷୀରେ ଜିଲ୍ଲାସ୍ତରୀୟ ପୋଷଣ ଅଭିଯାନ କ୍ରିୟାନୁଷ୍ଠାନ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। ଗତକାଲି ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତୀ ଅଧ୍ୟକ୍ଷତା କରିଥିଲେ। ନବଜାତ ଶିଶୁଙ୍କୁ ସ୍ତନ୍ୟପାନ, ସେମାନଙ୍କ ସ୍ୱାସ୍ଥ୍ୟର ଯତ୍ନ, ଗୃହ ପରିବେଶର ସ୍ବଚ୍ଛତା, ମାଆ ଓ ଶିଶୁଙ୍କ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ସହ ସେମାନଙ୍କ ଖାଦ୍ୟପେୟ ଉପରେ ଆଲୋଚନା ସମୟରେ ଗୁରୁତ୍ବ ଦିଆଯାଇଥିଲା। ଏ ସଂକ୍ରାନ୍ତ ତଥ୍ୟ ସଂଗ୍ରହ କରି ପଦକ୍ଷେପ ନେବାରେ ଅଙ୍ଗନବାଡ଼ି, ଆଶାକର୍ମୀ ମାନେ ଯେପରି ଅବହେଳା ନକରନ୍ତି ସେନେଇ ସଜାଗ ଦୃଷ୍ଟି ରଖିବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଯେଉଁମାନେ ଭଲ କାମ କରୁଛନ୍ତି ସେମାନଙ୍କୁ ସ୍ୱତନ୍ତ୍ର ଭାବେ ପୁରସ୍କୃତ ଓ ଦାୟିତ୍ୱରେ ଅବହେଳା କଲେ ତାଗିଦ କରିବାକୁ ଜିଲଲ୍ଲାପାଳ  କହିଛନ୍ତି।  ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢ଼ୀ, ଉପଜିଲ୍ଲାପାଳ ଦେବବ୍ରତ ସାହୁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପୁଷ୍ପାଞ୍ଜଳି ମିଶ୍ର, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡଃ. ପିକେ ଦାଶ, ପ୍ରସନ୍ନ କୁମାର ମଲ୍ଲିକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବାଣିଶ୍ରୀ ପଟ୍ଟନାୟକ, ସିଡିପିଓ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe