ପରକୀୟା ପ୍ରୀତି ସନ୍ଦେହରେ ମହିଳାଙ୍କୁ ନୃଶଂସ ହତ୍ୟା, ସ୍ୱାମୀ ଅଟକ

Advertisment
ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

Representational image: The Express Tribune

ଭଦ୍ରକ: ଧାରୁଆ ମାରଣାସ୍ତ୍ରରେ ମହିଳାଙ୍କୁ ହତ୍ୟା କରାଯାଇଛି । କୁରାଢ଼ୀ ସାହାଯ୍ୟରେ ଅତି ନୃଶଂସ ଭାବେ ମହିଳାଙ୍କ ମୁଣ୍ଡକୁ ଛେଚି ହତ୍ୟା କରାଯାଇଛି । ମୃତ ମହିଳା ଜଣଙ୍କ ହେଲେ ଛବିଲତା ସାହୁ। ପରକୀୟା ପ୍ରୀତି ସନ୍ଦେହରେ ସ୍ୱାମୀ ଏଭଳି ଅମାନୁଷିକ ଭାବେ ସ୍ତ୍ରୀକୁ ମାରିଥିବା ସନ୍ଦେହ କରାଯାଉଛି।

ସୂଚନା ଅନୁସାରେ ଭଦ୍ରକ ଗ୍ରାମାଞ୍ଚଳ ଥାନା କାଉପୁର ପଞ୍ଚାୟତ ଏଡା ଦେଇ ଗ୍ରାମର ଗୋବିନ୍ଦ ସାହୁ ଓ ତାଙ୍କ ସ୍ତ୍ରୀ ଛବି ଲତା ଏକାକୀ ରହୁଥିଲେ। ତାଙ୍କର ଦୁଇ ପୁଅ ବାହାର ରାଜ୍ୟରେ ଘରୋଇ କମ୍ପାନିରେ ରହି କାମ କରୁଛନ୍ତି। କିନ୍ତୁ ଗତକାଲି ରାତିରେ କୌଣସି ଘଟଣାକୁ ନେଇ ଉଭୟ ସ୍ୱାମୀ-ସ୍ତ୍ରୀ ମଧ୍ୟରେ ଝଗଡା ଲାଗିବା ପରେ ସ୍ୱାମୀ କୁରାଢ଼ୀରେ ସ୍ତ୍ରୀର ମୁଣ୍ଡକୁ ଆକ୍ରମଣ କରିଥିବା ସନ୍ଦେହ କରାଯାଉଛି।

ସ୍ତ୍ରୀର ମୃତ ଶରୀର ଘର ଭିତରେ ପଡ଼ିଥିବା ବେଳେ ପରକୀୟା ପ୍ରୀତି ଯୋଗୁଁ ଏଭଳି ଅଭାବନୀୟ ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ଗ୍ରାମାଞ୍ଚଳ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ତଦନ୍ତ ପରେ ଏହି ଅମାନୁଷିକ ହତ୍ୟା ଘଟଣାର ସ୍ପଷ୍ଟ ସୂଚନା ଆସିବ ବୋଲି ଜଣାପଡିଛି। ଏହି ଘଟଣାରେ ଭଦ୍ରକ ଗ୍ରାମାଂଚଳ ଥାନା ପୁଲିସ  ମାମଲା ରୁଜୁ କରି ତଦନ୍ତ ଚଳାଇଛି। ପୁଲିସ ଅଭିଯୁକ୍ତ ସ୍ୱାମୀଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ବୋଲି ଗ୍ରାମାଂଚଳ ଥାନା ଅଧିକାରୀ ଆଲୋକ ଜେନା କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe