ପୋଖରୀରେ ବୁଡ଼ି ପ୍ରାଣ ହରାଇଲେ ଯୁବକ

ପୋଖରୀରେ ବୁଡ଼ି ପ୍ରାଣ ହରାଇଲେ ଯୁବକ

Image Courtesy of India Today

ଝରିଗାଁ: ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଫୁପୁଗାଁ ପଞ୍ଚାୟତ ଅନ୍ତର୍ଗତ ବାରବାକୁଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବାରବାକୁଲିର ଜଣେ ଯୁବକ ଗତକାଲି ଅପରାହ୍ଣ ୪ଟାରେ ଗାଧୋଇବା ପାଇଁ ଗ୍ରାମ ନିକଟରେ ଥିବା ଏକ ପୋଖରୀକୁ ଯାଇ ପାଣିରେ ବୁଡ଼ି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ବାରବାକୁଲି ଗ୍ରାମର କମୁଳୁ ସନ୍ତାଙ୍କ ପୁଅ ଦଇନୁ ସନ୍ତା (୨୫) ଗତକାଲି ନିଜର ଧାନ ମଳିବା ପରେ ସନ୍ଧ୍ୟା ପ୍ରାୟ ୪ଟା ସମୟରେ ନିକଟରେ ଥିବା ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ସେଠାରେ ଅସାବଧାନତା କାରଣରୁ ପୋଖରୀ ଭିତରେ ବୁଡ଼ି ଯାଇ ଦଇନୁଙ୍କର ମୃତ୍ୟୁ ହୋଇଥିଲା। ପରିବାର ଲୋକ ଗତକାଲି ଦଇନୁ ଘରକୁ ଫେରିବାର ବିଳମ୍ବ ହେବା ଯୋଗୁଁ ଗ୍ରାମରେ ବହୁ ଖୋଜାଖୋଜି କରିଥିଲେ, କିନ୍ତୁ ପାଇନଥିଲେ। ଶେଷରେ ଆଜି ପୋଖରୀ କୂଳରେ ଦଇନୁର ପୋଷାକ ଦେଖି ପୋଖରୀରେ ବୁଡ଼ିଯାଇଥିବା ସନ୍ଦେହ କରି ଝରିଗାଁ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ।

ଝରିଗାଁ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ପୋଖରୀରୁ ଦଇନୁର ମୃତଶରୀର ଉଦ୍ଧାର କରିଥିଲେ। ପରିବାର ଲୋକ ଝରିଗାଁ ଥାନାରେ ଲିଖିତ ଅଭିଯୋଗ ଦେବା ପରେ ଝରିଗାଁ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ଏହି ଖବର ପ୍ରସାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଥିଲା। ଭେଣ୍ଡିଆ ପୁଅକୁ ହରାଇ ପରିବାର ଲୋକ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe