ଟାଟା ହସପିଟାଲକୁ ସ୍ଥାନାନ୍ତରିତ ହେଲେ ପଦ୍ମଶ୍ରୀ ନନ୍ଦ ସାର, ସ୍ବାସ୍ଥ୍ୟାବସ୍ଥା ବୁଝିଲେ ଜିଲ୍ଲାପାଳ

ଯାଜପୁର : ପଦ୍ମଶ୍ରୀ ସମ୍ମାନ ପ୍ରାପ୍ତ ଗୁରୁ ନନ୍ଦ କିଶୋର ପୁଷ୍ଟିଙ୍କୁ ଟାଟା ଟିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ଜିଲ୍ଲାପାଳ ଚକ୍ରବର୍ତୀ ସିଂ ରାଠୋର ତାଙ୍କୁ ଟାଟା ଚିକିତ୍ସାଳୟରେ ଭେଟି ସ୍ବାସ୍ଥବସ୍ଥା ସଂପର୍କରେ ପଚାରି ବୁଝିଛନ୍ତି ।

ରବିବାର ନନ୍ଦ ପୃଷ୍ଟିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବାରୁ ତାଙ୍କୁ ସୁକିନ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଥିଲା । ତେବେ ସ୍ବାସ୍ଥ୍ୟ ଅବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ ସୋମବାରଦିନ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି।  ଶ୍ରୀ ପୃଷ୍ଟିଙ୍କୁ ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି ନନ୍ଦ ସାରଙ୍କ ସ୍ବାସ୍ଥ୍ୟ ଅବସ୍ଥା ସେତେଟା ଭଲ ନାହିଁ । ପରେ ତାଙ୍କୁ ଟାଟା ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିବାକୁ ନିଷ୍ପତ୍ତି ନିଆଯାଇଥିଲା ।

ସମ୍ବନ୍ଧିତ ଖବର